Posted inଖେଳ

ଦୀପକ ପୁନିଆଙ୍କୁ ଅଲିମ୍ପିକ ଯୋଗ୍ୟତା

ନୁର-ସୁଲତାନ(କାଜାଖସ୍ତାନ),୨୧।୯: ଜୁନିୟର ବିଶ୍ୱ ଚାମ୍ପିୟନ ଦୀପକ ପୁନିଆ ୪ର୍ଥ ରେସଲର ଭାବେ ଟୋକିଓ ୨୦୨୦ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି। ଏଠାରେ ଚାଲିଥିବା ବିଶ୍ୱ ରେସଲିଂ ଚାମ୍ପିୟନଶିପର ୮୬ କେଜି ଓଜନ ବର୍ଗରେ ସେମିଫାଇନାଲରେ ପ୍ରବେଶ କରି ସେ ଏହି ସଫଳତା ପାଇଛନ୍ତି। ଶନିବାର ଅନୁଷ୍ଠିତ କଡ଼ା ସଂଘର୍ଷପୂର୍ଣ୍ଣ ବାଉଟ୍‌ରେ ଦୀପକ ୭-୬ ବ୍ୟବଧାନରେ କଲମ୍ବିଆର କାର୍ଲୋସ ଅର୍ଟୁରୋ ମେଣ୍ଡେଜଙ୍କୁ ହରାଇ ଦେଇଛନ୍ତି। ମୁକାବିଲା ଶେଷ ହେବାର ଗୋଟିଏ ମିନିଟ୍‌ ପୂର୍ବରୁ ଦୀପକ ୩-୬ ପଏଣ୍ଟରେ ପଛୁଆ ଥିଲେ। ପରେ ଅନ୍ତିମ ମୁହୂର୍ତ୍ତରେ ଭିନ୍ନ ମୁଭ ବଳରେ ଥରକେ ୪ ପଏଣ୍ଟ ପାଇ ମ୍ୟାଚ୍‌ ହାତେଇ ନେଇଥିଲେ। ସେ ଏବେ ଫାଇନାଲରେ ସ୍ଥାନ ପକ୍କା କରିବା ପାଇଁ ସୁଇଜରଲାଣ୍ଡର ଷ୍ଟିଫାନ ରିଜମୁଥଙ୍କ ସହ ମୁକାବିଲା କରିବେ। ଅନ୍ୟ ଭାରତୀୟ ରେସଲର ରାହୁଲ ଆଓ୍ବାରେ ୬୧ କେଜି ବର୍ଗର ସେମିଫାଇନାଲରେ ପ୍ରବେଶ କରିଛନ୍ତି। କିନ୍ତୁ ଏହା ନନ୍‌ ଅଲିମ୍ପିକ୍‌ ଇଭେଣ୍ଟ। ପୂର୍ବରୁ ଭିନେଶ ଫୋଗତ, ଦୀପକ ପୁନିଆ ଓ ରବି ଡାହିୟା ଅଲିମ୍ପିକ୍‌ ଯୋଗ୍ୟତା ହାସଲ କରିଛନ୍ତି। ଅନ୍ୟପକ୍ଷରେ ଜିତେନ୍ଦର (୭୯ କେଜି) କ୍ୱାର୍ଟର ଫାଇନାଲରେ ପରାସ୍ତ ହୋଇଥିବାବେଳେ ମୌସମ ଖତ୍ରୀ ପ୍ରଥମ ରାଉଣ୍ଡ ବାଧା ଅତିକ୍ରମ କରିବାରେ ବିଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri