ଦୀପାବଳି ଖୁସି ବଦଳରେ ଚାଷୀଙ୍କୁ ଚିନ୍ତା, ୨୫୦ ଏକର ଜମି ଜଳମଗ୍ନ

କାଶୀନଗର,୨୭ା୧୦(ଡି.ଏନ୍‌.ଏ.): ଲଘୁଚାପ ପ୍ରଭାବରେ ଗତ ୩ ଦିନର ଲଗାଣ ବର୍ଷା ଚାଷୀଙ୍କ ବର୍ଷକର ଶ୍ରମ ଉପରେ ଦାଉ ସାଧିଛି। ଉଜାଡ଼ିଦେଇଛି ଏକର ଏକର ଫସଲ। ଅମଳ ବେଳ ସମୟରେ କାଶୀନଗର ବ୍ଲକ୍‌ ଓ ଏନ୍‌ଏସିର ପ୍ରାୟ ୨୫୦ ଏକର ଜମିରେ ଧାନଚାଷ ଜଳମଗ୍ନ ହୋଇଛି। କୃଷି ବିଭାଗର ଅଧିକାରୀ ଶ୍ରୀନିବାସ ରାଓ ଚାଷଜମି ବୁଲି ଦେଖିବା ପରେ ଏହି ଆକଳନକୁ ପ୍ରାୟ ଠିକ୍‌ ବୋଲି ମଧ୍ୟ ଦର୍ଶାଇଛନ୍ତି। ସେହିପରି ରଇତ ସଂଘର ଏକ ତିନିଜଣିଆ ଦଳ ମଧ୍ୟ କାଶୀନଗର ବ୍ଲକ୍‌ ଓ ଏନଏସିର ବିଭିନ୍ନ ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି। କୃଷି ବିଭାଗ ଓ ରଣତ ସଂଘ ପକ୍ଷରୁ ରିପୋର୍ଟ ପ୍ରସ୍ତୁତ କରାଯାଇ ଉଚ୍ଚ କର୍ତ୍ତୃପକ୍ଷ ଓ ଜିଲା ପ୍ରଶାସନକୁ ଦିଆଯିବ। ବ୍ଲକ୍‌ର ବିଭିନ୍ନ ପଞ୍ଚାୟତରେ କ୍ଷୟକ୍ଷତି ଘଟିଥିବାବେଳେ ଏନ୍‌ଏସି ଅଧୀନ ରେଲଓ୍ବେ ଷ୍ଟେଶନ୍‌ ନିକଟରୁ ଗୋରିବନ୍ଧା ପଞ୍ଚାୟତର ରାଜପୁର ପର୍ଯ୍ୟନ୍ତ ପ୍ରାୟ ସମସ୍ତ ଚାଷଜମି ବର୍ଷାଜଳରେ ବୁଡ଼ି ରହିଛି। ରବିବର୍ମା ନାଳରେ ବର୍ଷାଜଳ କୂଳ ଲଂଘି ଚାଷଜମିରେ ପଶିଯିବା ଯୋଗୁ ଅଧିକ କ୍ଷତି ହୋଇଛି। ଆଲୋକର ପର୍ବ ଦୀପାବଳୀ ପାଳିବା ପାଇଁ ସେ ଖୁସି ଆଉ ଚାଷୀଙ୍କ ପାଖରେ ନାହିଁ। ଅଦିନିଆ ବର୍ଷା ଉତ୍ସବକୁ ଫିକା କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri