ଦୀପାବଳି ପାଇଁ କମିଶନରେଟ ପୋଲିସର ନିର୍ଦ୍ଦେଶାନାମା ଜାରି: ରାତି ୮ରୁ ୧୦ଟା ପର୍ଯ୍ୟନ୍ତ ଫୁଟିବ ବାଣ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଦୀପାବଳି ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର ନିର୍ଦ୍ଦେଶନାମା ଜାରି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଦୀପାବଳି ଦିନ ରାତି ୮ରୁ ୧୦ଟା ପର୍ଯ୍ୟନ୍ତ ବାଣ ଫୁଟାଯିବ। ୧୨୫ ଡେସିବଲ୍‌ରୁ ଅଧିକ ଶଦ୍ଦ କରୁଥିବା ବାଣର ବିକ୍ରି ଓ ଫୁଟାଇବା ପରେ ନିଷେଧାଦେଶ ଜାରି କରାଯାଇଛି। କେବଳ ଲାଇସେନ୍ସପ୍ରାପ୍ତ ବିକ୍ରେତାଙ୍କଠାରୁ ବାଣ କିଣିବାକୁ ପରାମର୍ଶ ଦିଆଯାଇଛି। ରେଶମ ଓ ପଶମ ବସ୍ତ୍ର ପିନ୍ଧି ବାଣ ନ ଫୁଟାଇବାକୁ କୁହାଯିବା ସହ ପାଖରେ ଆଶୁ ଚିକିତ୍ସା ବାକ୍ସ ରଖିବା ଆବଶ୍ୟକ। ସାମୂହିକ କାର୍ଯ୍ୟକ୍ରମ ଆୟୋଜନ କଲେ ଜନବସତିଠାରୁ ଦୂରରେ ଥିବା ଖୋଲା ପଡିଆରେ ବାଣ ଫୁଟାଇବା ଜରୁରୀ। ଚାଇନା ବାଣ ମାଳରେ ଫୁଟାଇବା ସମ୍ପୂର୍ଣ୍ଣ ନିଷେଧ ଥିବାବେଳେ ବାଣ ଫୁଟାଇବା ପରେ ଅବଶେଷଗୁଡିକୁ ପାଣିରେ ବୁଡାଇବା ଆବଶ୍ୟକ। ବାଣକୁ ହାତରେ ଧରି ନ ଫୁଟାଇବା ଓ ଅଗ୍ନି ସଂଯୋଗ ପରେ ନିରାପଦ ଦୂରତାରେ ନିଜକୁ ରଖିବାକୁ କୁହାଯାଇଛି। ସେହିପରି ହସ୍ପିଟାଲ, ଶିକ୍ଷା ଅନୁଷ୍ଠାନ, କୋର୍ଟ, ଧାର୍ମିକ ସ୍ଥାନ, କର୍ତ୍ତୃପକ୍ଷଙ୍କ ଦ୍ୱାରା ଘୋଷିତ ସମ୍ବେଦନଶୀଳ, ନୀରବ ଓ ନିଷିଦ୍ଧ ସ୍ଥାନରେ ବାଣ ଫୁଟାଇବା ସମ୍ପୂଣ୍ଣ ବର୍ଜନୀୟ। ନିରୀହ ପଶୁଙ୍କ ଉପରେ ଆତସବାଜି ପ୍ରୟୋଗ ନ କରିବା ଓ ଜରୁରୀ ପରିସ୍ଥିତିରେ ସହାୟତା ପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌ ନଂ.୧୦୦ କିମ୍ବା ଦମକଳ କେନ୍ଦ୍ର ନଂ.୧୦୧କୁ ଫୋନ କରୁବାକୁ କମିଶନରେଟ ପୋଲିସ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri