ଦୀପାବଳି ପାଇଁ ବନ୍ଦ ରହିବ ଶ୍ରୀପୁରୁଷୋତ୍ତମ ପ୍ରାର୍ଥନା କାର୍ଯ୍ୟକ୍ରମ

ପୁରୀ ଅଫିସ,୨୬ା୧୦:ରବିବାର ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଜମିବ। ମହାପ୍ରଭୁଙ୍କୁ ଦର୍ଶନ କରି ବାଇଶି ପାହାଚରେ ପୟାଶ୍ରାଦ୍ଧ କରିବା ପରେ ସିଂହଦ୍ୱାରରେ କାଉଁରିଆ କାଠି ଜାଳି ବଡ ବଡୁଆଙ୍କୁ ଡାକଦେବେ ଅନେକ ଶ୍ରଦ୍ଧାଳୁ। ଏଥିପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁମାନେ ଆସି ଶନିବାରଠାରୁ ପୁରୀରେ ଭିଡ଼ ଜମେଇଲେଣି। ଏଥିଲାଗି ପ୍ରଶାସନ ତରଫରୁ ମଧ୍ୟ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ଏହି ଅବସରରେ ଅନେକ ବାଣ ଫୁଟାଇ ଦୀପାବଳି ମନାଇବେ। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବିଭାଗ ସଜାଗ ରହିଥିବାବେଳେ ପୁରୀ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରତ୍ୟେକ ଥାନାକୁ ନିଜ ନିଜ ଅଞ୍ଚଳରେ ପାଟ୍ରୋଲିଂ ପାଇଁ କୁହାଯାଇଛି। ଶ୍ରୀମନ୍ଦିରରେ ୩ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ଶ୍ରୀମନ୍ଦିର ବାହାରେ ଏବଂ ସହରର ବିଭିନ୍ନ ସ୍ଥାନରେ ୪ ପ୍ଲାଟୁନ ଏହିପରି ମୋଟ ୭ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ଦୀପାବଳିରେ ଟ୍ରାଫିକ ନିୟନ୍ତ୍ରଣ ଏବଂ ବାଣ ଦୁର୍ଘଟଣାକୁ ଏଡ଼ାଇବା ଲାଗି ସହରର ବିଭିନ୍ନ ସ୍ଥାନରେ ଫୋର୍ସ ମୁତୟନ ରହିବେ। ଅନ୍ୟପକ୍ଷରେ ସିଂହଦ୍ୱାରରେ ଶ୍ରଦ୍ଧାଳୁ କାଉଁରିଆ ଜାଳିବାକୁ ଥିବାରୁ ପ୍ରତ୍ୟହ ରବିବାର ସକାଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହେଉଥିବା ଶ୍ରୀପୁରୁଷୋତ୍ତମ ପ୍ରାର୍ଥନା କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri