Posted inଖେଳ

ଦୀପା ପିସିଆଇର ନୂଆ ସଭାପତି

ନୂଆଦିଲ୍ଲୀ, ୨।୨(ପି.ଟି.)- ପାରା ଅଲିମ୍ପିକ ଗେମ୍ସରେ ପଦକ ଜିତିଥିବା ପ୍ରଥମ ଓ ଏକମାତ୍ର ଭାରତୀୟ ମହିଳା ଆଥ୍‌ଲେଟ୍‌ ଦୀପା ମଲିକ ଭାରତୀୟ ପାରା ଅଲିମ୍ପିକ କମିଟି (ପିସିଆଇ)ର ନୂଆ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୪୯ ବର୍ଷୀୟା ଦୀପା ୨୦୧୬ ରିଓ ପାରା ଅଲିମ୍ପିକ୍ସ ଗେମ୍ସର ଶଟ୍‌ପୁଟ୍‌ (ଏଫ୍‌-୫୩) ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିଲେ। ବେଙ୍ଗାଲୁରୁଠାରେ ଅନୁଷ୍ଠିତ ପିସିଆଇ ନିର୍ବାଚନରେ ଏହି ହରିୟାଣା ତାରକା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ‘ପରିବର୍ତ୍ତନ ପାଇଁ ଏହା ମୋ ଲାଗି ଏକ ବଡ଼ ସୁଯୋଗ। ସମସ୍ତଙ୍କ ସମର୍ଥନ ମୋତେ ମିଳିବାର ବିଶ୍ୱାସ ରହିଛି’ ବୋଲି ଦୀପା ଟୁଇଟ୍‌ କରି କହିଛନ୍ତି। ଭାରତର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ‘ରାଜୀବ ଗାନ୍ଧୀ ଖେଳରତ୍ନ’ ସମେତ ପଦ୍ମଶ୍ରୀ ପୁରସ୍କାର ମଧ୍ୟ ଦୀପା ଜିତିଛନ୍ତି। ୨୦୧୧ ଆଇପିସି ବିଶ୍ୱ ଚାମ୍ପିୟନଶିପ୍‌ର ଶଟ୍‌ପୁଟ୍‌ (ଏଫ୍‌ ୫୨-୫୩)ରେ ମଧ୍ୟ ସେ ରୌପ୍ୟ ପଦକ ହାସଲ କରିଥିଲେ। ସେହିଭଳି ୨୦୧୮ରେ ଇଣ୍ଡୋନେସିଆରେ ଅନୁଷ୍ଠିତ ଏସିଆନ୍‌ ଗେମ୍ସରେ ଦୀପା ଉଭୟ ଡିସ୍‌କସ୍‌ (ଏଫ୍‌ ୫୨-୫୩) ଓ ଜାଭେଲିନ୍‌ ଥ୍ରୋ (ଏଫ୍‌ ୫୩-୫୪)ରେ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହି ରୌପ୍ୟ ପଦକ ପାଇଥିଲେ।
ନିର୍ବାଚନରେ ଦୀପାଙ୍କ ବ୍ୟତୀତ କଭେନ୍ଦ୍ର ଚୌଧାରୀ ଓ ଶଶିରଞ୍ଜନ ପ୍ରସାନ ସିଂ ଉପ ସଭାପତି, ଏମ୍‌. ମହାଦେବ କୋଷାଧ୍ୟକ୍ଷ ଏବଂ ନେଲ୍‌ ନନ୍ଦକିଶୋର ବାବୁରାଓ ଓ କାନ୍ତିଲାଲ ପରମାର ଯୁଗ୍ମ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି। କ୍ରୀଡ଼ା ନୀତିର ଉଲ୍ଲଂଘନ ଯୋଗୁ ଗତ ସେପ୍ଟେମ୍ବରରେ କ୍ରୀଡ଼ାମନ୍ତ୍ରୀ ପିସିଆଇ ମାନ୍ୟତା ପ୍ରତ୍ୟାହାର କରିନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri