Posted inଖେଳ

ଦୀପ୍‌ ଗ୍ରେସ୍‌ ଖେଳିଲେ ୨୦୦ତମ ମ୍ୟାଚ

ନୂଆଦିଲ୍ଲୀ, ୩।୧୦- ଭାରତୀୟ ମହିଳା ହକି ଦଳର ନିର୍ଭରଯୋଗ୍ୟ ଡିଫେଣ୍ଡର ଓଡ଼ିଶାର ଦୀପ୍‌ ଗ୍ରେସ୍‌ ଏକ୍କା ନିଜ କ୍ୟାରିୟରରେ ଆଉ ଏକ ମାଇଲଖୁଣ୍ଟ ସ୍ପର୍ଶ କରିଛନ୍ତି। ବୁଧବାର ସେ ଇଂଲଣ୍ଡର ମାର୍ଲାଓଠାରେ ଗ୍ରେଟ୍‌ ବ୍ରିଟେନ ବିପକ୍ଷରେ ଜୀବନର ୨୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ସୁନ୍ଦରଗଡ଼ ଜିଲା ଲୁଲ୍‌କିଡିହି ଗ୍ରାମର ୨୫ ବର୍ଷୀୟା ଏହି ଓଡ଼ିଆ ଖେଳାଳି ୨୦୧୧ରେ ଆର୍ଜେଣ୍ଟିନାରେ ଅନୁଷ୍ଠିତ ଏକ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ସେ ଦଳର ନିୟମିତ ସଦସ୍ୟା ପାଲଟି ଯାଇଛନ୍ତି। ଗ୍ରେଟ୍‌ ବ୍ରିଟେନ ବିପକ୍ଷ ମ୍ୟାଚ ପୂର୍ବରୁ ସେ କୋଚ୍‌ ଜୋର୍ଡ ମାରିଜନେଙ୍କଠାରୁ ୨୦୦ ସଂଖ୍ୟା ଲେଖାଥିବା ଜର୍ସି ଗ୍ରହଣ କରିଥିଲେ।
ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ ଅନୁଷ୍ଠିତ ୧୮ ବର୍ଷରୁ କମ୍‌ ବାଳିକା ଏସିଆ କପ୍‌ରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ଦଳର ସେ ସଦସ୍ୟା ଥିଲେ। ଏଥିରେ ପ୍ରଭାବୀ ପ୍ରଦର୍ଶନ ଯୋଗୁ ତାଙ୍କୁ ସିନିୟର ନ୍ୟାଶନାଲ କ୍ୟାମ୍ପକୁ ଡାକରା ମିଳିଥିଲା। ୨୦୧୩ରେ ଜର୍ମାନୀରେ ଅନୁଷ୍ଠିତ ମହିଳା ଜୁନିୟର ବିଶ୍ୱକପରେ ଐତିହାସିକ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ଦଳରେ ମଧ୍ୟ ସେ ସାମିଲ ଥିଲେ। ସିନିୟର କୋର୍‌ ଦଳର ସଦସ୍ୟା ଦୀପ୍‌ ଗ୍ରେସ୍‌ ଏବେ ଦଳରେ ଡ୍ରାଗ୍‌-ଫ୍ଲିକ୍‌ ଏବଂ ଡିଫେଣ୍ଡର ଦାୟିତ୍ୱ ତୁଲାଉଛନ୍ତି। ୨୦୧୩ରେ ମହିଳା ଏସିଆ କପ୍‌ରେ ବ୍ରୋଞ୍ଜ, ୨୦୧୭ ମହିଳା ଏସିଆ କପରେ ସ୍ବର୍ଣ୍ଣ, ୨୦୧୬ରେ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ସ୍ବର୍ଣ୍ଣ ଏବଂ ୨୦୧୩ରେ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ପଦକ ବିଜୟୀ ଭାରତୀୟ ଦଳର ସେ ପ୍ରମୁଖ ସଦସ୍ୟା ଥିଲେ। ୨୦୧୮ରେ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ପଦକ ବିଜୟୀ ଭାରତୀୟ ଦଳ ପକ୍ଷରୁ ମଧ୍ୟ ସେ ପ୍ରତିନିଧିତ୍ୱ କରିଥିଲେ। ଓଡ଼ିଶା ସାଇ-ସାଗ୍‌ ସେଣ୍ଟରର ପ୍ରଶିକ୍ଷାର୍ଥୀ ଦୀପ୍‌ଗ୍ରେସ୍‌ ରାଜ୍ୟର ଅନେକ ଯୁବ ଖେଳାଳିଙ୍କ ଆଦର୍ଶ। ୨୦୧୪ ଇଞ୍ଚିଅନ ଏସିଆନ ଗେମ୍ସରେ ବ୍ରୋଞ୍ଜ, ୨୦୧୮ ଜାକର୍ତ୍ତା ଏସିଆନ ଗେମ୍ସରେ ରୌପ୍ୟ ବିଜୟୀ ଭାରତୀୟ ଦଳ ପକ୍ଷରୁ ସେ ଖେଳିଥିଲେ। ଗୋଲ୍ଡ କୋଷ୍ଟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅବସରରେ କ୍ୟାରିୟରର ୧୫୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ଏହି ତାରକା ଡିଫେଣ୍ଡର ଏବେ ୨୦୦ ମ୍ୟାଜିକ୍‌ ସଂଖ୍ୟାକୁ ସ୍ପର୍ଶ କରିଛନ୍ତି। ”ଜାତୀୟ ଦଳ ପକ୍ଷରୁ ୨୦୦ମ୍ୟାଚ ଖେଳିବା ମୋର ସ୍ବପ୍ନ ଥିଲା। ତାହା ପୂରଣ ହୋଇଥିବାରୁ ମୁଁ ବହୁତ ଖୁସି। ଭାରତୀୟ ଦଳ ସହିତ ମୋର ଅନେକ ସ୍ମରଣୀୟ ସ୍ମୃତି ଜଡ଼ିତ ହୋଇ ରହିଛି। ୨୦୨୦ ଅଲିମ୍ପିକ୍ସକୁ ଯୋଗ୍ୟତା ଅର୍ଜନ କରିବା ଏବେ ମୋର ମୁଖ୍ୟ ଲକ୍ଷ୍ୟ। ଶକ୍ତିଶାଳୀ ଗ୍ରେଟ୍‌ବ୍ରିଟେନ ବିପକ୍ଷରେ ଖେଳିବାଦ୍ୱାରା ମାନସିକ ଦୃଢ଼ତା ଆସିଛି। ନିଜ ରାଜ୍ୟ ଓଡ଼ିଶାରେ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ଖେଳିବାକୁଥିବାରୁ ମୁଁ ଆଗ୍ରହର ସହ ଅପେକ୍ଷା କରିଛି“ ବୋଲି ସେ ପ୍ରକାଶ କରିଛନ୍ତି। ହକି ଇଣ୍ଡିଆ ସଭାପତି ମହମ୍ମଦ ମୁସ୍ତାକ ଅହମ୍ମଦ ଦୀପ୍‌ଗ୍ରେସ୍‌ଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri