ଦୀପ ଜଳାଇବା ସମୟରେ ଥାଳି ଭଳିି ଭୁଲ ନ ଦୋହରାଇବାକୁ ପରାମର୍ଶ ଦେଲେ ମୋଦି

ନୂଆଦିଲ୍ଲୀ,୩।୪: ସାରା ଦେଶ ମହାମାରୀ କରୋନା ଭାଇରସ୍‌ ବିରୋଧରେ ଲଢ଼େଇ ଜାରି ରଖିଛି। କରୋନା ଭାଇରସ୍‌କୁ ବ୍ୟାପିବାରୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଶୁକ୍ରବାର ଲକ୍‌ଡାଉନ୍‌ର ନବମ ଦିନ ହୋଇଥିବା ବେଳେ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳ ୯ଟାରେ ଦେଶବାସୀଙ୍କୁ ଏକ ଭିଡିଓ ବାର୍ତ୍ତା ଦେଇଛନ୍ତି। ଏହି ଭିଡିଓ ବାର୍ତ୍ତାରେ ସେ ଜନତାଙ୍କୁ ଏପ୍ରିଲ ୫ ତାରିଖ ରାତି ୯ଟାରେ ୯ ମିନିଟ୍‌ ପର୍ଯ୍ୟନ୍ତ ଘରେ ଦୀପ, ମହମବତୀ, ଟର୍ଚ୍ଚ ଲାଇଟ ବା ମୋବାଇଲର ଫ୍ଲାସ୍‌ ଲାଇଟ ଜଳାଇବାକୁ ଅପିଲ୍‌ କରିଛନ୍ତି। ଏହି ଦୀପ ପ୍ରଜ୍ୱଳନ ଦ୍ୱାରା ସାରା ଦେଶ ଉଜ୍ଜ୍ୱଳମୟ ହେବା ସହ ସାମୂହିକ ଶକ୍ତିର ଏକ ବାର୍ତ୍ତା ଦେବ। ଏହାଦ୍ୱାରା ୧୩୦କୋଟି ଦେଶବାସୀଙ୍କର ସୁପର ପାଓ୍ବାର ବା ମହାଶକ୍ତି ଜାଗ୍ରତ ହେବ ବୋଲି ମୋଦି କହିଛନ୍ତି। ତେବେ ଦୀପ ଜଳାଇବା ସମୟରେ ଥାଳି ପରି ଭୁଲକୁ ନ ଦୋହରାଇବା ପାଇଁ ମୋଦି ସମସ୍ତଙ୍କୁ ପ୍ରାର୍ଥନା କରିଛନ୍ତି। ସେ କହିଛନ୍ତି, ଘରେ ରହି ସମସ୍ତେ ଏହି ଆୟୋଜନ କରନ୍ତୁ। ବାହାର ନ ବାହାରିବା ସହ କୌଣସି ଏକ ସ୍ଥାନରେ ଭିଡ଼ ଏକତ୍ରିତ ନ କରି ଏବଂ ସାମାଜିକ ଦୂରତ୍ୱ ବଜାୟ ରଖି ଦୀପ ପ୍ରଜ୍ୱଳନକୁ ସଫଳ କରିବାକୁ ମୋଦି ଦେଶବାସୀଙ୍କୁ ଅପିଲ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri