ଦୀର୍ଘାୟୁ ହେବାକୁ ଚାହୁଁଛନ୍ତି କି, ଖେଳନ୍ତୁ ଗଲ୍ଫ

ଲଗାତର ଗୋଲ୍ଫ ଖେଳୁଥିବା ଲୋକଙ୍କ ଜୀବନକାଳ ଦୀର୍ଘ ହେବା ସହ ସେମାନଙ୍କଠାରେ ହୃଦ୍‌ରୋଗ ଆଶଙ୍କା ହ୍ରାସ ପାଇଥାଏ। ବ୍ରିଟିଶ୍‌ ଜର୍ଣ୍ଣାଲ୍‌ ଅଫ୍‌ ସ୍ପୋର୍ଟସ୍‌ ମେଡିସିନ୍‌ରେ ପ୍ରକାଶିତ ବିଶ୍ଲେଷଣରେ ୩୪୨ଟି ଗବେଷଣାର ନିଷ୍କର୍ଷକୁ ସାମିଲ କରାଯାଇଛି। ଏଥିରେ ସାର୍ବଜନିକ ସ୍ବାସ୍ଥ୍ୟ ଏବଂ ସ୍ବାସ୍ଥ୍ୟ ନୀତି କ୍ଷେତ୍ରରେ ୨୫ ବିଶେଷଜ୍ଞ ତଥା ଇଣ୍ଡଷ୍ଟ୍ରି ଲିଡର୍‌ ସାମିଲ ଥିଲେ। ବ୍ରିଟେନ୍‌ରେ ଏଡିନ୍‌ବର୍ଗ ୟୁନିଭର୍ସିଟିର ଗବେଷକଙ୍କ ଅନୁସାରେ, ନିଷ୍କର୍ଷରୁ ଜଣାପଡ଼ିଛି ଲଗାତର ଗଲ୍ଫ ଖେଳିବାର ସମ୍ପର୍କ ଦୀର୍ଘ ଜୀବନ ସହ ରହିଛି। ଆହୁରି ମଧ୍ୟ କହିଛନ୍ତି, ବୟସ୍କ ଲୋକଙ୍କର ଏହାଦ୍ୱାରା ଶକ୍ତି ଏବଂ ସନ୍ତୁଳନ ଉନ୍ନତ ହୋଇଥାଏ। ଗବେଷକଙ୍କ ମତରେ, ଏହି ଖେଳର ସିଧା ସମ୍ପର୍କ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ସ୍ବାସ୍ଥ୍ୟ ସମ୍ବନ୍ଧିତ ବିକାଶ ସହ ରହିଥାଏ। ଅଧିକାଂଶ ଲୋକ ଭାବିଥାନ୍ତି, ସକାଳୁ ଉଠି ବ୍ୟାୟାମ୍‌ କରିବା ଏବଂ ନିଜକୁ ଫିଟ୍‌ ରଖିବେ। କିନ୍ତୁ ସକାଳର ନିଦ ଭାଙ୍ଗିବା କେବେ ଯେ କଷ୍ଟକର ତାହା ସମସ୍ତଙ୍କୁ ଜଣା। ଏଣୁ ଗଲ୍ଫ ଖେଳ ସବୁଠୁ ଭଲ। ସକାଳ ହେଉ ଅବା ୪ଟା ସମୟରେ ଏହାକୁ ଖେଳିବା ସ୍ବାସ୍ଥ୍ୟ ପାଇଁ ନିରାପଦ। ଏହା ଓଜନ ନିୟନ୍ତ୍ରଣରେ ମଧ୍ୟ ସହାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ସହକାରୀ ଶିକ୍ଷକରୁ ପ୍ରଧାନଶିକ୍ଷକ ଭାବେ ବଦଳି ହେଲେ ପଦ୍ମନ ଶବର, ଭାବବିହ୍ବଳ ହୋଇ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ପଦ୍ମନ ଶବରଙ୍କୁ ବୁଧବାର ବିଦ୍ୟାଳୟ ପକ୍ଷରୁ ବଦଳିକାଳୀନ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଆସନ୍ତା ୩ ଦିନ ଯାଏ ରାଜ୍ୟରେ…

ଭୁବନେଶ୍ୱର, ୩୦।୭: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

ହଠାତ୍‌ ମୋଦି ସରକାରଙ୍କୁ ପ୍ରଶଂସା କଲେ ୱାଙ୍ଗଚୁକ, କହିଦେଲେ ଏମିତି…

ନୂଆଦିଲ୍ଲୀ, ୩୦।୭: ବିଖ୍ୟାତ ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ଏକ ଭିଡିଓ ଶେୟାର କରି ଭାରତୀୟ ରେଲୱେର ପ୍ରଶଂସା କରିଛନ୍ତି। ଏଥିସହ ସେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri