ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ ଦୃଶ୍ୟ। ୯ ବର୍ଷର ସାମାଜିକ ବାସନ୍ଦ ପରେ କନ୍ଧକୂଳ ସମାଜର ନିଜସ୍ବ ରୀତିନୀତି ଓ ପରମ୍ପରା ଅନୁସାରେ ୩ଟି ପରିବାରଙ୍କୁ ପୁନର୍ବାର ନିଜ ସମାଜ ଓ ହିନ୍ଦୁ ଧର୍ମରେ ସାମିଲ କରାଯାଇଛି। ଦୀର୍ଘ ବର୍ଷ ତଳର ସାମାଜିକ ବାସନ୍ଦ ଓ ପୃଷ୍ଠଭୂମି ସୂଚନା ଅନୁଯାୟୀ, ପ୍ରାୟ ୯ ବର୍ଷ ପୂର୍ବେ ମିଣିଆକା ଜଗଲୁ, ମାଗୁ ସାରାକା ଏବଂ ରାମଚନ୍ଦ୍ର ସାରାକାଙ୍କ ପରିବାର ଖ୍ରୀଷ୍ଟିଆନ ଧର୍ମ ଗ୍ରହଣ କରିଥିବା ଅଭିଯୋଗ ହୋଇଥିଲା। ଏହି କାରଣରୁ ସ୍ଥାନୀୟ କନ୍ଧକୂଳ ସମାଜର ନିୟମାନୁସାରେ ସେମାନଙ୍କୁ ଗାଁ ଓ ସମାଜରୁ ବାସନ୍ଦ କରାଯାଇଥିଲା। ଝାଙ୍କିରି ଗୁଡ଼ିରେ ପାରମ୍ପରିକ ପୂଜାର୍ଚ୍ଚନା ରବିବାର ଗ୍ରାମର ଝାଙ୍କିରି ଗୁଡ଼ିରେ ବିଶେଷ ପୂଜାର୍ଚ୍ଚନାର ଆୟୋଜନ କରାଯାଇଥିଲା। ସମାଜର ପୁରାତନ ପ୍ରଥା ଅନୁସାରେ ଛେଳି, କୁକୁଡ଼ା, ପାରା, ନଡ଼ିଆ, ଚାଉଳ ଆଦି ସାମଗ୍ରୀ ଅର୍ପଣ କରାଯାଇ ପବିତ୍ର ରୀତିନୀତି ସମ୍ପନ୍ନ ହୋଇଥିଲା। ଏହି ପ୍ରକ୍ରିୟା ପରେ ତିନୋଟି ଯାକ ପରିବାର ଆନୁଷ୍ଠାନିକ ଭାବେ ନିଜ ନିଜର ଗୋଷ୍ଠୀ ଓ ଧର୍ମକୁ ଫେରିଛନ୍ତି। ଗ୍ରାମବାସୀ ଓ ବରିଷ୍ଠ ନେତୃବୃନ୍ଦଙ୍କ ଉପସ୍ଥିତି ଏହି ସାମାଜିକ କାର୍ଯ୍ୟକ୍ରମରେ ସେରିଗୁମା କନ୍ଧକୂଳ ସମାଜର ସଭାପତି ଆପାରଓ କୁଲେସିକାଙ୍କ ସମେତ ସମାଜର ଅନେକ ବରିଷ୍ଠ ସଦସ୍ୟ ଓ ଶତାଧିକ ଗ୍ରାମବାସୀ ଉପସ୍ଥିତ ରହି ଏହି ନିଷ୍ପତ୍ତିକୁ ସ୍ବାଗତ କରିଥିଲେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri