ଦୁଇଘଣ୍ଟା ବିଳମ୍ବରେ ଛାଡିଲା ଟ୍ରେନ୍‌

ବ୍ରହ୍ମପୁର ଅଫିସ,୨୯ା୨ – ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଲାଗି ସ୍ବତନ୍ତ୍ର ଟ୍ରେନ ଶୁକ୍ରବାର ବ୍ରହ୍ମପୁର ରେଳ ଷ୍ଟେଶନରୁ ଯାତ୍ରା ଆରମ୍ଭ କରିଛି। ଏହି ଟ୍ରେନକୁ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ମାତ୍ର ପର୍ଯ୍ୟଟନ ବିଭାଗ ଓ ବିଏମସି କର୍ତ୍ତୃପକ୍ଷଙ୍କ ମଧ୍ୟରେ ସମନ୍ବୟ ଅଭାବରୁ ତୀର୍ଥଯାତ୍ରୀଙ୍କ ତାଲିକାରେ ତ୍ରୁଟି ଥିବା ଦେଖିବାକୁ ମିଳିଥିଲା। ଫଳରେ ଟ୍ରେନ ଛାଡିବାରେ ବିଳମ୍ବ ହୋଇଥିଲା।
ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡାଙ୍କ ଦୃଷ୍ଟିଗୋଚର ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବଙ୍କ ଉପସ୍ଥିତିରେ ତ୍ରୁଟି ସମାଧାନ ପରେ ଟ୍ରେନଟି ୨ ଘଣ୍ଟା ବିଳମ୍ବରେ ବ୍ରହ୍ମପୁର ଷ୍ଟେଶନ ଛାଡିଥିଲା।
ତୀର୍ଥଯାତ୍ରା ପାଇଁ ଯିବାକୁ ବ୍ରହ୍ମପୁର ରେଳଷ୍ଟେଶନରେ ବରିଷ୍ଠ ନାଗରିକମାନେ ଆସି ପହଞ୍ଚିଥିଲେ। ତେବେ ବ୍ରହ୍ମପୁର ମହାନଗର ନିଗମ (ବିଏମସି) ଅଞ୍ଚଳର କେତେଜଣଙ୍କ ନାମ ତାଲିକାରେ ନ ଥିବା ସେଠାରେ ଅଭିଯୋଗ ହୋଇଥିଲା। ଏ ନେଇ ବିଏମସି ଅଞ୍ଚଳର କେତେଜଣ ପୂର୍ବତନ କର୍ପୋରେଟର ଓ ଜନପ୍ରତିନିଧି ଏମ୍‌ପି ଓ ଜିଲାପାଳଙ୍କୁ ଜଣାଇଥିଲେ। ପୁଣି ଯାଞ୍ଚ ହେବାରୁ ପର୍ଯ୍ୟଟନ ବିଭାଗ ଓ ବିଏମସି କର୍ତ୍ତୃପକ୍ଷଙ୍କ ସମନ୍ବୟ ଅଭାବରୁ କିଛି ଯାତ୍ରୀଙ୍କ ନାମ ତାଲିକାରେ ନ ଥିବା ଜଣାପଡିଥିଲା। ଜିଲା ପର୍ଯ୍ୟଟନ ଅଧିକାରୀ ଅମିୟ କୁମାର ସେଠୀ କହିଛନ୍ତି, ପୂର୍ବରୁ ୬୫ ଜଣଙ୍କ ନାମ ତାଲିକାରେ ସାମିଲ କରାଯାଇଥିଲା। ସିଟ ଖାଲି ରହିଥିବାରୁ ପରବର୍ତ୍ତୀ ସମୟରେ ବିଏମସି ଅଞ୍ଚଳର ଆଉ ୧୧୧ ଜଣଙ୍କୁ ତାଲିକାଭୁକ୍ତ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା।
ଅନ୍ତିମ ପର୍ଯ୍ୟାୟରେ କେତେଜଣଙ୍କ ନାଁ ତାଲିକାରେ ନ ଥିବା ଦେଖିବାକୁ ମିଳିଥିଲା। ଜିଲାପାଳ, ଉପଜିଲାପାଳ, ଏମପି, ବିଧାୟକଙ୍କ ସହଯୋଗକ୍ରମେ ବିଏମସିର ମୋଟ ୧୭୬ ତୀର୍ଥଯାତ୍ରୀଙ୍କୁ ଟିକେଟ ଦିଆଗଲା। ଏଥିପାଇଁ ଟ୍ରେନଟି ୨ ଘଣ୍ଟା ବିଳମ୍ବରେ ବ୍ରହ୍ମପୁର ଷ୍ଟେଶନରୁ ଛାଡିଥିବା ପର୍ଯ୍ୟଟନ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri