ଦୁଇଦିନ ପ୍ରବଳ ବର୍ଷା : ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର, ୧୨ା୮(ବ୍ୟୁରୋ) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ସୋମବାର ସକାଳେ ଏହା ଲଘୁଚାପର ରୂପ ନେବ। ପ୍ରଭାବରେ ରବିବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମୟୂରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ବାରିପଦା, ବଲାଙ୍ଗୀର, ଦେବଗଡ଼ ସମେତ ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ହୋଇଛି। ଚାନ୍ଦବାଲିରେ ସର୍ବାଧିକ ୪୨ ମିଲିମିଟର ବର୍ଷା ହୋଇଥିବାବେଳେ ଝାରସୁଗୁଡ଼ାରେ ୧୭ ମିମି, ବାଲେଶ୍ୱରରେ ୯ ମିମି, ସୋନପୁରରେ ୩ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ସୋମବାର ଓ ମଙ୍ଗଳବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ପୂର୍ବରୁ ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନେ ଫେରି ଆସିବାକୁ କୁହାଯାଇଛି।
ପାଣିପାଗ କେନ୍ଦ୍ର ସୂଚନାନୁଯାୟୀ, ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ନବରଙ୍ଗପୁର, ବରଗଡ଼ ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ମାଲକାନଗିରି, ରାୟଗଡ଼ା, ଢେଙ୍କାନାଳ ଓ ଅନୁଗୋଳ ସମେତ ଉପକୂଳ ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଜୁନ୍‌-ଜୁଲାଇ ମାସର ନିଅଣ୍ଟିଆ ବର୍ଷା ଭରଣା ହେବ। ପଶ୍ଚିମ ଓଡ଼ିଶା ତଥା ହୀରାକୁଦର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାକୁ ଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବ। ତେବେ ଉତ୍ତର ଓଡ଼ିଶାରେ ଲଗାତର ତିନିଦିନ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏଠାରେ ସଙ୍ଗିନ ସ୍ଥିତି ଉପୁଜିପାରେ। ୧୩ରୁ ରାଜ୍ୟରେ ବର୍ଷା ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି।
ହୀରାକୁଦରେ ଜଳସ୍ତର ବୃଦ୍ଧି
ଅନ୍ୟପକ୍ଷରେ ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର ଧୀରେ ଧୀରେ ବୃଦ୍ଧି ପାଉଛି। ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ଏହାର ଜଳସ୍ତର ୬୧୩.୫୨ ଫୁଟ୍‌ରେ ପହଞ୍ଚତ୍ଛି। ଡ୍ୟାମ୍‌କୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୪୬ ହଜାର ୬୮୬ ଘନଫୁଟ ଜଳ ପ୍ରବେଶ କରୁଛି। ସେହିପରି ଡ୍ୟାମ୍‌ରୁ ପ୍ରତି ସେକେଣ୍ଡରେ ୧୪ ହଜାର ୨୮୦ ଘନଫୁଟ ଜଳ ନିଷ୍କାସନ ହେଉଛି। ଆସନ୍ତା ୧୪ ତାରିଖରେ ହୀରାକୁଦ ଡ୍ୟାମ୍‌ର ପ୍ରଥମ ବନ୍ୟାଜଳ ଦିନ ୧୧ଟା ପରେ ଯେକୌଣସି ସମୟରେ ନିଷ୍କାସନ ହେବ। ବର୍ଷା ପରିମାଣ ଓ ସ୍ଥିତି ଦେଖି କେତୋଟି ଗେଟ୍‌ ଖୋଲାଯିବ ତାହା ଉକ୍ତ ଦିନ ହିଁ ସ୍ଥିର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri