ଦୁଇଦିନ ବର୍ଷା, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ: ବଜ୍ରପାତ ନେଇ ଆଜି ୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୯ା୧(ବ୍ୟୁରୋ): ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାକୁ ନଜରରେ ରଖି ରାଜସ୍ବ ବିଭାଗ ସବୁ ଜିଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଅମଳ ଧାନକୁ ଘରକୁ ନେଇ ଆସିବାକୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ଗୃହହୀନଙ୍କୁ ଆଶ୍ରୟ ଦେବାକୁ ସ୍କୁଲ କୋଠା ରାତିରେ ଖୋଲିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। ଗୁରୁବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାକୁ ଥିବାବେଳେ ବଜ୍ରପାତ ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୯ ଜିଲାରେ କୋହଲା ପାଗ ସହ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ବଜ୍ରପାତ ସମୟରେ ବାହାରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି। ଶୁକ୍ରବାର ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୬ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୧୦ରୁ ୧୨ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ବଲାଙ୍ଗୀର ଓ ସୁବର୍ଣ୍ଣପୁର, ୧୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଏବଂ ୧୨ ତାରିଖରେ ଅନୁଗୋଳ, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ପୁରୀ, ଗଞ୍ଜାମ ଓ କୋରାପୁଟ ଆଦି ଜିଲାରେ ବଜ୍ରପାତ ହେବ ବୋଲି ସତର୍କ ସୂଚନା ମଳିଛିି। ଆସନ୍ତା ଦୁଇଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ଏହାପରେ ଧୀରେ ଧୀରେ ୩ରୁ ୫ ଡିଗ୍ରୀ ତାପମାତ୍ରା ଖସିବ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି। ଅନ୍ୟପଟେ ବୁଧବାର ବିଭିନ୍ନ ସହରରେ ତାପମାତ୍ରା ବୃଦ୍ଧି ପାଇଥିବାରୁ ଶୀତ କମ୍‌ ରହିଥିଲା। ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୯ ଡିଗ୍ରୀ ତାପମାତ୍ରା ଥିବାବେଳେ ଟିଟଲାଗଡ଼ରେ ୯.୬, ସୋନପୁରରେ ୯.୮ଡିଗ୍ରୀ ତାପମାତ୍ରା ରେକେର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri