ଦୁଇଦିନ ବର୍ଷା ସହ ବଜ୍ରପାତ: ତାପମାତ୍ରା ଆହୁରି ବଢ଼ିବ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ସାରା ରାଜ୍ୟରେ ଏବେ ତାପମାତ୍ରା ବଢ଼ିବାରେ ଲାଗିଛି। ଦିନବେଳା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ହେଲେ ଅପରାହ୍ନରୁ ହଠାତ ପାଗରେ ପରିବର୍ତ୍ତନ ଘଟୁଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହିତ ବଜ୍ରପାତ ମଧ୍ୟ ହୋଇଛି। ଆସନ୍ତା ଦୁଇଦିନ ଏହିଭଳି ପାଗ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ଉପକୂଳ ଓଡ଼ିଶା, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ାରେ ବର୍ଷା ହେବାର ସମ୍ଭାବନା ରହିଛି। ଝଡ଼ତୋଫାନ ଓ ବଜ୍ରପାତ ନେଇ ଉପକୂଳ ଓଡ଼ିଶା ସମେତ ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝରକୁ ସତର୍କ କରାଯାଇଛି। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ରାୟଗଡ଼ା, କୋରାପୁଟ, କନ୍ଧମାଳ, ବୌଦ୍ଧ, ଗଜପତି, କଳାହାଣ୍ଡି, କେନ୍ଦୁଝର, ମୟୂଭରଞ୍ଜ ଓ ଗଞ୍ଜାମ ଜିଲାରେ ବର୍ଷା ହେବାର ଆଶଙ୍କା ରହିଛି। ଝଡ଼ତୋଫାନ ଓ ବଜ୍ରପାତ ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ରାୟଗଡ଼ା, ଗଜପତି, କୋରାପୁଟ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ।
ଅନ୍ୟପକ୍ଷରେ ରବିବାର ଅନୁଗୋଳରେ ସର୍ବାଧିକ ତାପମାତ୍ରା ୩୯.୫ଡିଗ୍ରୀ ଥିବାବେଳେ ନୟାଗଡ଼ ୩୯, ବାରିପଦା ୩୮.୮, ଭୁବନେଶ୍ୱର ଓ ଟିଟିଲାଗଡ଼ରେ ୩୮.୫ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆସନ୍ତା ତିନିଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ୨ଦିନ ପର୍ଯ୍ୟନ୍ତ ୧ରୁ ୨ଡିଗ୍ରୀ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri