ଦୁଇମାସ ବିତିଲା, ସରିଲାନି ଡ୍ରେନ୍‌ କାମ

ଭୁବନେଶ୍ୱର,୧୫ା୭(ବ୍ୟୁରୋ) : ପ୍ରତ୍ୟେକ ବର୍ଷ ମୌସୁମୀ ଆସିବା ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଡ୍ରେନେଜ୍‌ ବିଭାଗର ଅଧିକାରୀମାନେ ସକ୍ରିୟ ହୋଇପଡ଼ନ୍ତି। ଡ୍ରେନ ପୁନରୁଦ୍ଧାର, ନୂଆ ଡ୍ରେନ ନିର୍ମାଣ ନେଇ ଟେଣ୍ଡର ଆଦି କଥା ସେମାନଙ୍କର ମନେପଡ଼େ। କାମ ଆରମ୍ଭ ହେଲେ ବି ନିର୍ଦ୍ଧାରିତ ସମୟ ମଧ୍ୟରେ ସରେନାହିଁ। ଫଳରେ ରାଜଧାନୀରେ ଜଳବନ୍ଦୀ ସମସ୍ୟା ଦେଖାଯିବା ସହ ଲୋକଙ୍କୁ ନାନା ପ୍ରକାର ହଇରାଣ ହେବାକୁ ପଡ଼େ। ଏଥର ବି ସେହି ସମାନ ଅବସ୍ଥା ଦେଖିବାକୁ ମିଳିଛି। ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର ଛକ ପର୍ଯ୍ୟନ୍ତ ଡ୍ରେନ ନିର୍ମାଣ ଲାଗି ଗତ ଦୁଇମାସ ହେଲା କାମ ଚାଲିଛି। ମାତ୍ର ବର୍ତ୍ତମାନ ସୁଦ୍ଧା କାମ ଶେଷ ହେବା ତ ଦୂରର କଥା, ଅଧା ବି ହୋଇପାରିନାହିଁ। ଏଥିରୁ ବିଏମ୍‌ସିର ପାରିବା ପଣିଆ ସହଜେ ଅନୁମେୟ।
ମାଷ୍ଟରକ୍ୟାଣ୍ଟିନଠାରୁ ୪୦୦ ମିଟର ଦୂରରେ ଡ୍ରେନ ଚ୍ୟାନେଲ ନିର୍ମାଣ ବ୍ୟତୀତ ଅନ୍ୟ କିଛି କାମ ଆଗେଇନାହିଁ। ଡ୍ରେନ ନିର୍ମାଣ ଲାଗି ସମ୍ପୃକ୍ତ ଠିକାସଂସ୍ଥା ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର ଛକ ପର୍ଯ୍ୟନ୍ତ ଖୋଳି ଦେଇଥିବାରୁ ବର୍ଷା ହେଲେ ସେଠାରେ ପାଣି ଜମୁଛି। ଫଳରେ କାମ କରିହେଉନାହିଁ। ଜନପଥ କରିବା ଆଶାରେ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ (ବିଏସ୍‌ସିଏଲ) ବିଭିନ୍ନ କାର୍ଯ୍ୟ ହାତକୁ ନେଇଛି। ହେଲେ ଏହି କାର୍ଯ୍ୟରେ ବହୁ ଅବହେଳା ଦେଖିବାକୁ ମିଳୁଛି। କାର୍ଯ୍ୟରତ ଠିକା ସଂସ୍ଥା କିଛି ଚିନ୍ତା ନ କରି ରାସ୍ତାକୁ ଖୋଳିଦେବା ସମ୍ପୂର୍ଣ୍ଣ ଭୁଲ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। କିଛି ଦିନ ତଳେ ଲଗାଣ ବର୍ଷା ଯୋଗୁ ଉକ୍ତ ରାସ୍ତାରେ ପାଣି ଜମିବା ସହିତ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇଥିଲା। ନିକଟସ୍ଥ ଶ୍ରେୟା ଛକରେ ଥିବା ଫଳଦୋକାନଗୁଡିକରେ ପାଣି ପଶିଯାଇଥିଲା। ବର୍ଷାଋତୁ ଆସୁଥିବା ଜାଣି ମଧ୍ୟ କାହିଁକି ଡ୍ରେନ କାମ ଆରମ୍ଭ କରାଗଲା ତାହା ବୁଝାପଡ଼ୁନାହିଁ ବୋଲି ସ୍ଥାନୀୟ ବାସିନ୍ଦା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri