ଦୁଇମାସ ହେଲା ଅନ୍ଧାରରେ ୨ ଗାଁ

ନୂଆଗାଁ,୩୦।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ପ୍ରତି ଗାଁରେ ବିଭିନ୍ନ ସମସ୍ୟା ଲାଗି ରହିଥିବା ବେଳେ ଅଠରଗଣ୍ଡା ଓ କୁଟିବାରୀ ଗ୍ରାମର ସମସ୍ୟା ବଢିବାରେ ଲାଗିଛି । ପ୍ରାୟ ଦୁଇ ମାସ ହେଲା ଦୁଇ ଗ୍ରାମର ଲୋକେ ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ ଅଛନ୍ତି । ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଗୁହାରି କରିବା ପରେ କୌଣସି ସୁଫଳ ନ ମିଳିବାରୁ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବା ପାଇଁ ସେମାନେ ସଜବାଜ ହେଉଛନ୍ତି।
ଜାକେଡା ପଞ୍ଚାୟତର ଅଠରଗଣ୍ଡା ଗ୍ରାମରେ ୩୦ ପରିବାର ବସବାସ କରୁଥିବା ବେଳେ କୁଟିବାରୀ ଗ୍ରାମରେ ୧୫ ପରିବାର ରହୁଛନ୍ତି। ଦୁଇଟି ଗ୍ରାମରେ ୧୫୦ରୁ ଊର୍ଦ୍ଧ୍ୱ ଲୋକ ରହୁଥିବା ବେଳେ ସେମାନଙ୍କ ଯାତାୟାତ ପାଇଁ ସବୁଦିନିଆ ରାସ୍ତାଟିଏ ନାହିଁ । ଫଳରେ ଲୋକମାନେ ବର୍ଷାଦିନେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି । ଏପରିକି ପିଲାମାନେ ପାଠ ପଢିବା ପାଇଁ ସ୍କୁଲକୁ ମଧ୍ୟ ଯାଇ ପାରନ୍ତି ନାହିଁ । ଗାଡିମୋଟର ଯିବା ସମ୍ଭବ ହେଉ ନ ଥିବାରୁ କୌଣସି ଲୋକ ରୋଗରେ ପଡିଲେ ଖଟିଆରେ ବୁହାହୋଇ ଡାକ୍ତରଖାନା ନିଆଯାଇଥାଏ। ସେହିପରି ଦୁଇଗ୍ରାମର ଲୋକଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କ ପାଇଁ ଦୁଇଟି ଟ୍ରାନ୍ସଫର୍ମର ବସାଯାଇ ବିଦ୍ୟୁତ୍‌ ସେବା ଯୋଗାଇ ଦିଆଯାଇଥିଲା । କିନ୍ତୁ ଗତ ଦୁଇ ମାସ ହେଲା ତାହା ସମ୍ପୂର୍ଣ୍ଣ ଅଚଳ ହୋଇ ପଡିଛି । ଫଳରେ ୨ଟି ଗ୍ରାମ ସମ୍ପୂର୍ଣ୍ଣ ଅନ୍ଧାର ହୋଇ ରହିଛି। ଗ୍ରାମବାସୀ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ବର୍ଷାଦିନ ହୋଇଥିବାରୁ ଲୋକମାନେ ବେଶି ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଛାତ୍ରୀଛାତ୍ରମାନଙ୍କ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି । ଏହି ସମସ୍ୟା ନେଇ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ ଏଥିପ୍ରତି କେହି ଦୃଷ୍ଟି ଦେଉ ନ ଥିବା କୁହନ୍ତି କୁଟିବାରୀ ଓ୍ବାର୍ଡମେମ୍ବର ସଂସାରୀ ଜାନି, ଗ୍ରାମ ସଭାପତି ସୂର୍ଯ୍ୟମଣି ଜାନୀ, ଶିବରାମ ପ୍ରଧାନ, ଅଖିଳ ନାୟକ, ନିରାକାର ନାୟକ ପ୍ରମୁଖ ଗ୍ରାମବାସୀ । ଯଥାଶୀଘ୍ର ବିଦ୍ୟୁତ୍‌ ସମସ୍ୟା ସମାଧାନ କରା ନ ଗଲେ ଗ୍ରାମବାସୀ ବିଦ୍ୟୁତ୍‌ ଅଫିସ ସମ୍ମୁଖରେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି । ଏ ନେଇ ସେସୁ କନିଷ୍ଠ ଯନ୍ତ୍ରୀ ଶ୍ରୀନିବାସ ରାଓଙ୍କୁ ପଚାରିବାରୁ ସେ କହିଥିଲେ ଟ୍ରାନ୍ସଫର୍ମର ଖରାପ ଥିବା ଖବର ପାଇ ତାହାକୁ ମରାମତି କରାଯାଇଥିଲା। ପୁନର୍ବାର ଖରାପ ହୋଇଯିବା ଘଟଣା ତାଙ୍କୁ ଜଣା ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri