ଦୁଇଶହ ବର୍ଷର ପରମ୍ପରା: ପିଞ୍ଛାବଣିଆ ଦୋଳ ମେଳଣରେ ଲକ୍ଷାଧିକ ଶ୍ରଦ୍ଧାଳୁ

ବୈଶିଙ୍ଗା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ସୀମାନ୍ତ ଅଞ୍ଚଳର ଏକ ବିରାଟ ପଡ଼ିଆରେ ଗତ ଦୁଇ ଶହ ବର୍ଷ ଧରି ଆୟୋଜିତ ହୋଇଆସୁଛି ପିଞ୍ଛାବଣିଆ ମେଳା। ଗ୍ରାମର ଆରାଧ୍ୟ ଦେବତା ଶ୍ରୀ ରାଧାକୃଷ୍ଣଙ୍କ ବିଗ୍ରହମାନଙ୍କୁ ନାମ ସଂକୀର୍ତ୍ତନ ଦ୍ବାରା ପରିକ୍ରମା କରାଇ ମେଳା ପଡ଼ିଆରେ ଥିବା ଏକ ସୁଦୃଶ୍ୟ ମନ୍ଦିରରେ ସ୍ଥାପନ କଲାପରେ ପୂଜାର୍ଚ୍ଚନା କରାଯାଏ। ନିକଟବର୍ତ୍ତୀ ଗ୍ରାମରୁ ମଧ୍ୟ ୮ରୁ ୧୯ଟି ବିମାନରେ ରାଧାକୃଷ୍ଣଙ୍କର ବିଗ୍ରହ ପଟୁଆରରେ ଆସି ଏଠାରେ ମେଳଣ ହୋଇଥାଏ। ମନୋରଞ୍ଜନ ନିମନ୍ତେ ମୀନାବଜାର, ଦୋଳି, ଚକ୍ରି, ଯାଦୁଖେଳ ସହିତ ସ୍ଥାନୀୟ ପୁରୁଣିଆ ପଞ୍ଚାୟତର ପୁରୁଣିଆ ଗ୍ରାମ ଓ ନୂଆଗାଁ ଗ୍ରାମ କଳାକାରଙ୍କ ଦ୍ବାରା ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗିତା ଆୟୋଜନ ହୋଇଛି। ଏହି ମେଳା ପଡ଼ିଆର ଏକ ତୃତୀୟାଂଶ ଭାଗ ବାଲେଶ୍ୱର ଜିଲାର ରୂପସା ଥାନା ଅନ୍ତର୍ଗତ ହସନପୁର ପଞ୍ଚାୟତ ଅଧିନରେ ଆସୁଥିବା ବେଳେ ଅବଶିଷ୍ଟ ଅଂଶ ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ପୁରୁଣିଆ ପଞ୍ଚାୟତ ଅଧୀନରେ ରହିଛି। ଉଭୟ ପଞ୍ଚାୟତ ପକ୍ଷରୁ ନିଜ ନିଜ ଅଂଶକୁ ନିଲାମ କରାଯାଇଥାଏ। ତେବେ ଲକ୍ଷାଧିକ ଜନସମାଗମ ହେଉଥିବା ସ୍ଥଳେ ଶୌଚାଳୟ କିମ୍ବା ପାନୀୟଜଳ ବନ୍ଦୋବସ୍ତ କରାଯାଇ ନାହିଁ। ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦିଆଯାଉଥିଲେ ମଧ୍ୟ ତାହା ଆବଶ୍ୟକତା ପୂରଣ କରିବାରେ ବିଫଳ ହୋଇଛି। ବୈଶିଙ୍ଗା ଥାନା ପକ୍ଷରୁ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri