ଦୁଇ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟରେ ପଦ ପୂରଣ ଲାଗି ଅର୍ଥ ବିଭାଗର ମଞ୍ଜୁରୀ : ଆଜି ଉଚ୍ଚଶିକ୍ଷା ବିଭାଗ ଜାରି କରିବ ବିଜ୍ଞପ୍ତି

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ) : ବଲାଙ୍ଗୀରର ରାଜେନ୍ଦ୍ର ଏକକ ବିଶ୍ୱବିଦ୍ୟାଳୟ ଏବଂ କଳାହାଣ୍ଡିର ଏକକ ବିଶ୍ୱବିଦ୍ୟାଳୟ ଅନୁବନ୍ଧିତ (ଆଫିଲିଏଟେଡ) ବିଶ୍ୱବିଦ୍ୟାଳୟ ହେବ। ଏହି ଦୁଇଟି ବିଶ୍ୱବିଦ୍ୟାଳୟକୁ ଏକକ ବିଶ୍ୱବିଦ୍ୟାଳୟ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିଲେ। ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଗତ ମାର୍ଚ୍ଚ ୬ରେ ଓ ବଲାଙ୍ଗୀର ରାଜେନ୍ଦ୍ର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଗତ ମାର୍ଚ୍ଚ ୨ରେ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଯାଇଥିଲା। ହେଲେ ଏହାକୁ ପରିବର୍ତ୍ତନ କରି ଅନୁବନ୍ଧିତ ବିଶ୍ୱବିଦ୍ୟାଳୟ କରିବା ଲାଗି ନିଷ୍ପତ୍ତି ହେବାପରେ ଗତ ମାସ ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବକୁ ଅନୁମୋଦନ କରିଥିଲେ। ଏହି ଅନୁବନ୍ଧିତ ବିଶ୍ୱବିଦ୍ୟାଳୟକୁ ବିଧିବଦ୍ଧଭାବେ ଚାଲୁ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିଲାଗି ନିକଟରେ ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ଉକ୍ତ ଦୁଇଟି ଯାକ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି(ଭିସି) ଏବଂ ରେଜିଷ୍ଟ୍ରାର ପଦ ସୃଷ୍ଟି ଲାଗି ଏକ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଥିବା ଜଣାପଡିଛି। ଏନେଇ ଶୁକ୍ରବାର ବିଧିବଦ୍ଧ ଭାବେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜଣେ ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି। ଏହାପରେ ଏହି ପଦବୀ ପୂରଣ କରିବାର ବ୍ୟବସ୍ଥା ଆରମ୍ଭ କରାଯିବ ବୋଲି ସେ କହିଛନ୍ତି। ସେହି ଅନୁଯାୟୀ ଉକ୍ତ ପଦବୀ ପୂରଣ ଶେଷ ହେବା ପରେ ଏହି ଦୁଇ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟରେ ବିଧିବଦ୍ଧ ଭାବେ ପାଠପଢା ଚାଲିବ। ସୂଚନାଯୋଗ୍ୟ ଯେ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲାର ପ୍ରାୟ ୬୫ଟି ମହାବିଦ୍ୟାଳୟ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଅଧୀନକୁ ଆସିବା ସହିତ ଅନୁବନ୍ଧିତ ହେବ। ସେହିଭଳି କଳାହାଣ୍ଡି ଏବଂ ନୂଆପଡା ଜିଲାର ପ୍ରାୟ ୫୦ଟି ମହାବିଦ୍ୟାଳୟ ଭବାନୀପାଟଣା ଏକକ ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହେବ। ଯାହାକି ବର୍ତ୍ତମାନ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ରହିଛି। ସମ୍ବଲପୁର ଅଧୀନରେ ଏକାଧିକ କଲେଜ ରହୁଥିବା ଯୋଗୁ ପରୀକ୍ଷା ଆଦି କରିବା କ୍ଷେତ୍ରରେ ଅସୁବିଧା ସୃଷ୍ଟି ହେଉଥିଲା। ଯେଉଁଥିଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri