ଦୁଇ ଓଡ଼ିଆ ସାହିତି୍ୟକ ପାଇବେ କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ ପୁରସ୍କାର

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ହିନ୍ଦୀ ପ୍ରଶିକ୍ଷଣ ସଂସ୍ଥା କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ ପକ୍ଷରୁ ୨୦୧୭ ମସିହା ଲାଗି ୨୬ଜଣ ହିନ୍ଦୀ ସାହିତି୍ୟକଙ୍କୁ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯିବ। ହିନ୍ଦୀ ସାହିତ୍ୟକୁ ଅବଦାନ ଲାଗି ଏହି ସାହିତି୍ୟକମାନଙ୍କୁ ସମ୍ମାନିତ କରାଯିବ। ଏହି ଅବସରରେ ଓଡ଼ିଶାରୁ ଡ. ବିଜୟ କୁମାର ମହାନ୍ତିଙ୍କୁ ‘ଗଙ୍ଗାଶରଣ ସିଂହ ପୁରସ୍କାର’ ଏବଂ ପ୍ରଫେସର ଡ. ବିନୟ ଷଡ଼ଙ୍ଗୀ ରାଜାରାମଙ୍କୁ ‘ମହାପଣ୍ଡିତ ରାହୁଳ ସଂସ୍କୃତାୟନ ପୁରସ୍କାର’ ପ୍ରଦାନ କରାଯିବ। ପୁରସ୍କାରସ୍ବରୂପ ରାଷ୍ଟ୍ରପତି ପ୍ରତିଭାମାନଙ୍କୁ ୫ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଏବଂ ଉପଢ଼ୌକନ ପ୍ରଦାନ କରିବେ। ଓଡ଼ିଆ ଭାଷା ସହ ହିନ୍ଦୀ, ସଂସ୍କୃତ, ଗ୍ରୀକ୍‌, ଇଂଲିଶ, ବଙ୍ଗଳା ଓ ମାଳବୀ ଭାଷା ଉପରେ ଗଭୀର ଜ୍ଞାନ ରଖିଥିବା ଷଡ଼ଙ୍ଗୀ ହିନ୍ଦୀ ଓ ଗ୍ରୀକ୍‌ ଭାଷାର ପ୍ରଥମ ଅନୁବାଦିକ। ସେହିଭଳି ବାଲେଶ୍ୱର ଜିଲାର ଡ. ମହାନ୍ତି ଜଣେ ଅବସରପ୍ରାପ୍ତ ଅଧ୍ୟାପକ। ଅଧ୍ୟାପନା ଓ ଗବେଷଣା କାର୍ଯ୍ୟ ସାଙ୍ଗକୁ ଓଡ଼ିଆ ଓ ହିନ୍ଦୀ ସାହିତ୍ୟର ଜଣେ ପ୍ରତିଷ୍ଠିତ ସାହିତି୍ୟକ। ଏହି ସଫଳତା ପରେ ଉଭୟ ସାହିତି୍ୟକଙ୍କୁ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ପକ୍ଷରୁ ଶୁଭେଚ୍ଛା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ,, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri