ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି ଦୁଇ ଓଡ଼ିଆ। ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ ମନ୍ତ୍ରୀ ହେବାର ସୁଯୋଗ ପାଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ ରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି। ଉଭୟଙ୍କୁ ଶୁକ୍ରବାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଥିବା ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କୁ ଶୁଭେଚ୍ଛା। ଉଭୟ ପ୍ରତ୍ୟେକ ଭାରତୀୟଙ୍କ ଆଶା ପୂରଣ କରିବା ସହ ଓଡ଼ିଶାର ସ୍ବରକୁ କେନ୍ଦ୍ର ସରକାରଙ୍କ ନିକଟରେ ସଫଳତାର ସହ ପହଞ୍ଚାଇବେ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ ଯୋଗେ କହିଛନ୍ତି।
ଧର୍ମେନ୍ଦ୍ର ଓ ପ୍ରତାପଙ୍କୁ ଶୁକ୍ରବାର ନୂଆ ଦାୟିତ୍ୱ ଦିଆଯାଇଛି। ଧର୍ମେନ୍ଦ୍ର ନିଜ ସ୍ଥାନ ବଜାୟ ରଖି ପୁନର୍ବାର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ବିଭାଗ ମନ୍ତ୍ରୀ ହୋଇଥିବା ବେଳେ ପ୍ରତାପ ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ, ମତ୍ସ୍ୟ ଓ ଦୁଗ୍ଧ ବିଭାଗ ମନ୍ତ୍ରୀ ହୋଇଛନ୍ତି।

ପ୍ରକାଶଯୋଗ୍ୟ,ରାଷ୍ଟ୍ରପତି ଭବନ ପରିସରରେ ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳର ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ପାରି ନ ଥିଲେ। ତେବେ ସେ ମୋଦିଙ୍କୁ ଟୁଇଟ୍‌ ଯୋଗେ ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri