ଦୁଇ ଗାଁକୁ ଯୋଡ଼ିଛି କାଠପୋଲ

ଫୁଲବାଣୀ ଅଫିସ, ୨୫ା୧ – କନ୍ଧମାଳ ଜିଲା କୋଟଗଡ ବ୍ଲକ ପାରିଗଡ ପଞ୍ଚାୟତର ଦୁଇ ଗ୍ରାମ ହଦଗାଁ ଓ ପିଲିମାହା ଦୁର୍ଗମ ଅଞ୍ଚଳ ଭାବେ ପରିିଚିତ। ଏହି ଗ୍ରାମକୁ ପ୍ରଶାସନିକ ଅଧିକାରୀଙ୍କ ପାଦ ପଡ଼େ ନାହିଁ। କେବଳ ଭୋଟ ବେଳେ ନେତାମାନେ ବହୁ କଷ୍ଟରେ ଭୋଟ ଭିକ୍ଷା କରିବାକୁ ଆସିଥାନ୍ତି। ସମସ୍ୟାର ସମାଧାନ ନେଇ ବହୁ ପ୍ରତିଶ୍ରୁତି ବି ଦିଅନ୍ତି। ହେଲେ ପଛରେ ଭୁଲି ଯାଆନ୍ତି। ଆରମ୍ଭରୁ ସମସ୍ୟା ଯେପରି ଥିଲା ଆଜି ବି ସେହିଭଳି ରହିଛି। ବର୍ଷାଦିନେ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡେ ଏହି ଦୁଇଟି ଗାଁ। କେବଳ କାଠ ପୋଲଟିଏ ଯୋଗାଯୋଗର ମାଧ୍ୟମ ପାଲଟିଛି। ତାହା ପୁଣି ଗ୍ରାମବାସୀଙ୍କ ପରିଶ୍ରମରେ। ଗ୍ରାମ ୨ଟିକୁ ଆଜି ପର୍ଯ୍ୟନ୍ତ ଭଲ ରାସ୍ତା ନାହିଁ, ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଖାଲି ଏତିକି ନୁହେଁ, ବିଜୁଳି ଆଲୁଅ ଆଜି ବି ସାତସପନ।
ବ୍ଲକ ଠାରୁ ପ୍ରାୟ ୪୦ କି.ମି. ଦୂରରେ ରହିଛି ହଦଗାଁ ଓ ପିଲିମାହା ଗ୍ରାମ। ଲୋକ ସଂଖ୍ୟା ୬୦୦ରୁ ଊର୍ଦ୍ଧ୍ୱ। ଅଧିକାଂଶ ଲୋକେ କାମ ଧନ୍ଦା କରି ପରିବାର ଚଳାନ୍ତି। ସେମାନଙ୍କ ଆର୍ଥିକ ସ୍ଥିତି ସ୍ବଚ୍ଛଳ ନୁହେଁ। ସର୍ବନିମ୍ନ ମୌଳିକ ସୁବିଧା ଗାଁକୁ ରାସ୍ତାଟିଏ ନାହିଁ। ବର୍ଷା ଦିନେ ଗ୍ରାମବାସୀଙ୍କ ପକ୍ଷରୁ ରାହୁଳ ନଦୀ ଉପରେ ତିଆରି ହେଉଥିବା କାଠପୋଲ ଭାସିଯାଏ। ଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡେ। କାହାର ଦେହ ଖରାପ ହେଲେ ମେଡିକାଲ ଆଣିବା ଅତ୍ୟନ୍ତ କଷ୍ଟକର। ବର୍ଷା ଛାଡିବା ପରେ ଏବଂ ନଦୀରୁ ପାଣି କମିଲେ ଦୁଇ ଗାଁକୁ ଯୋଡୁଥିବା ରାହୁଳ ନଦୀ ଉପରେ ଲୋକେ ବାଉଁଶ, କାଠ ସାହାଯ୍ୟରେ ପୋଲ ନିର୍ମାଣ କରି ଯାତାୟାତ କରନ୍ତି। ରାସ୍ତା ଏବଂ ପୋଲ ପାଇଁ ଦୁଇ ଗ୍ରାମବାସୀ ବାରମ୍ବାର ପ୍ରଶାସନ ପାଖରେ ଅଭିଯୋଗ କରି ଆସୁଛନ୍ତି । ହେଲେ ସମସ୍ୟା ସୁଧୁରି ପାରିନାହିଁ।
କାଠ ପୋଲ ଯାତାୟାତର ମାଧ୍ୟମ। ନଦୀରେ ବଢି ପାଣି ଆସିଲେ ପୋଲ ଧୋଇ ହୋଇଯାଉଛି। ଚାଉଳ ଆଣିବା ପାଇଁ ପ୍ରତିମାସରେ ପଞ୍ଚାୟତକୁ ଯିବାକୁ ନାକେଦମ ହେବାକୁ ପଡୁଛି। ଅଭିଯୋଗକୁ କେହି କର୍ଣ୍ଣପାତ କରୁ ନାହାନ୍ତି ବୋଲି ଉଭୟ ଗ୍ରାମର ଲୋକେ ପ୍ରକାଶ କରିଛନ୍ତି। ଏ ନେଇ ବିଡିଓ କୈଳାସ ଚନ୍ଦ୍ର ମୁର୍ମୁଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଗ୍ରାମକୁ ରାସ୍ତା ନିର୍ମାଣ କାମ ହେଉଥିଲା। ନିକଟରେ ଠିକାଦାରଙ୍କର ମୃତ୍ୟୁ ହେବାରୁ କାମ ବନ୍ଦ ରହିଥିଲା। ଏବେ କାମ ଆରମ୍ଭ ହେଲାଣି। ସେଠାରେ ପୋଲ ମଧ୍ୟ ହେବ। ନିର୍ମାଣ କାର୍ଯ୍ୟ ଖୁବ୍‌ଶୀଘ୍ର ସାରିବାକୁ ଚେଷ୍ଟା କରାଯାଉଛି ବୋଲି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri