ଦୁଇ ଗାଁକୁ ଯୋଡ଼ିଛି କାଠପୋଲ

ଫୁଲବାଣୀ ଅଫିସ, ୨୫ା୧ – କନ୍ଧମାଳ ଜିଲା କୋଟଗଡ ବ୍ଲକ ପାରିଗଡ ପଞ୍ଚାୟତର ଦୁଇ ଗ୍ରାମ ହଦଗାଁ ଓ ପିଲିମାହା ଦୁର୍ଗମ ଅଞ୍ଚଳ ଭାବେ ପରିିଚିତ। ଏହି ଗ୍ରାମକୁ ପ୍ରଶାସନିକ ଅଧିକାରୀଙ୍କ ପାଦ ପଡ଼େ ନାହିଁ। କେବଳ ଭୋଟ ବେଳେ ନେତାମାନେ ବହୁ କଷ୍ଟରେ ଭୋଟ ଭିକ୍ଷା କରିବାକୁ ଆସିଥାନ୍ତି। ସମସ୍ୟାର ସମାଧାନ ନେଇ ବହୁ ପ୍ରତିଶ୍ରୁତି ବି ଦିଅନ୍ତି। ହେଲେ ପଛରେ ଭୁଲି ଯାଆନ୍ତି। ଆରମ୍ଭରୁ ସମସ୍ୟା ଯେପରି ଥିଲା ଆଜି ବି ସେହିଭଳି ରହିଛି। ବର୍ଷାଦିନେ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡେ ଏହି ଦୁଇଟି ଗାଁ। କେବଳ କାଠ ପୋଲଟିଏ ଯୋଗାଯୋଗର ମାଧ୍ୟମ ପାଲଟିଛି। ତାହା ପୁଣି ଗ୍ରାମବାସୀଙ୍କ ପରିଶ୍ରମରେ। ଗ୍ରାମ ୨ଟିକୁ ଆଜି ପର୍ଯ୍ୟନ୍ତ ଭଲ ରାସ୍ତା ନାହିଁ, ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଖାଲି ଏତିକି ନୁହେଁ, ବିଜୁଳି ଆଲୁଅ ଆଜି ବି ସାତସପନ।
ବ୍ଲକ ଠାରୁ ପ୍ରାୟ ୪୦ କି.ମି. ଦୂରରେ ରହିଛି ହଦଗାଁ ଓ ପିଲିମାହା ଗ୍ରାମ। ଲୋକ ସଂଖ୍ୟା ୬୦୦ରୁ ଊର୍ଦ୍ଧ୍ୱ। ଅଧିକାଂଶ ଲୋକେ କାମ ଧନ୍ଦା କରି ପରିବାର ଚଳାନ୍ତି। ସେମାନଙ୍କ ଆର୍ଥିକ ସ୍ଥିତି ସ୍ବଚ୍ଛଳ ନୁହେଁ। ସର୍ବନିମ୍ନ ମୌଳିକ ସୁବିଧା ଗାଁକୁ ରାସ୍ତାଟିଏ ନାହିଁ। ବର୍ଷା ଦିନେ ଗ୍ରାମବାସୀଙ୍କ ପକ୍ଷରୁ ରାହୁଳ ନଦୀ ଉପରେ ତିଆରି ହେଉଥିବା କାଠପୋଲ ଭାସିଯାଏ। ଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡେ। କାହାର ଦେହ ଖରାପ ହେଲେ ମେଡିକାଲ ଆଣିବା ଅତ୍ୟନ୍ତ କଷ୍ଟକର। ବର୍ଷା ଛାଡିବା ପରେ ଏବଂ ନଦୀରୁ ପାଣି କମିଲେ ଦୁଇ ଗାଁକୁ ଯୋଡୁଥିବା ରାହୁଳ ନଦୀ ଉପରେ ଲୋକେ ବାଉଁଶ, କାଠ ସାହାଯ୍ୟରେ ପୋଲ ନିର୍ମାଣ କରି ଯାତାୟାତ କରନ୍ତି। ରାସ୍ତା ଏବଂ ପୋଲ ପାଇଁ ଦୁଇ ଗ୍ରାମବାସୀ ବାରମ୍ବାର ପ୍ରଶାସନ ପାଖରେ ଅଭିଯୋଗ କରି ଆସୁଛନ୍ତି । ହେଲେ ସମସ୍ୟା ସୁଧୁରି ପାରିନାହିଁ।
କାଠ ପୋଲ ଯାତାୟାତର ମାଧ୍ୟମ। ନଦୀରେ ବଢି ପାଣି ଆସିଲେ ପୋଲ ଧୋଇ ହୋଇଯାଉଛି। ଚାଉଳ ଆଣିବା ପାଇଁ ପ୍ରତିମାସରେ ପଞ୍ଚାୟତକୁ ଯିବାକୁ ନାକେଦମ ହେବାକୁ ପଡୁଛି। ଅଭିଯୋଗକୁ କେହି କର୍ଣ୍ଣପାତ କରୁ ନାହାନ୍ତି ବୋଲି ଉଭୟ ଗ୍ରାମର ଲୋକେ ପ୍ରକାଶ କରିଛନ୍ତି। ଏ ନେଇ ବିଡିଓ କୈଳାସ ଚନ୍ଦ୍ର ମୁର୍ମୁଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଗ୍ରାମକୁ ରାସ୍ତା ନିର୍ମାଣ କାମ ହେଉଥିଲା। ନିକଟରେ ଠିକାଦାରଙ୍କର ମୃତ୍ୟୁ ହେବାରୁ କାମ ବନ୍ଦ ରହିଥିଲା। ଏବେ କାମ ଆରମ୍ଭ ହେଲାଣି। ସେଠାରେ ପୋଲ ମଧ୍ୟ ହେବ। ନିର୍ମାଣ କାର୍ଯ୍ୟ ଖୁବ୍‌ଶୀଘ୍ର ସାରିବାକୁ ଚେଷ୍ଟା କରାଯାଉଛି ବୋଲି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri