Posted inଖେଳ

ଦୁଇ ଦଳକୁ ମୋଦିଙ୍କ ଶୁଭେଚ୍ଛା: ଫାଇନାଲ ପୂର୍ବରୁ ଦୁଇ ପ୍ରଧାନମନ୍ତ୍ରୀଙ୍କ ଟୁଇଟର ଯୁଦ୍ଧ

ନୂଆଦିଲ୍ଲୀ,୮।୩(ପି.ଟି.)- ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳିବା ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଟୁଇଟରରେ ଯୁଦ୍ଧ ତଥା କଥା କଟାକଟି ଦେଖିବାକୁ ମିଳିଛି। ଦୁଇ ଦଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଭାରତ ଯେତେବେଳେ ଫାଇନାଲ ଖେଳିବାକୁ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)କୁ ଓହ୍ଲାଇବ ସେତେବେଳେ ସାରା ଷ୍ଟାଡିୟମ କେବଳ ନୀଳ (ଭାରତୀୟ ଜର୍ସିର ରଙ୍ଗ) ସମୁଦ୍ରରେ ପରିଣତ ହେବ ବୋଲି ମୋଦି ଆଶା ପ୍ରକାଶ କରିଛନ୍ତି। ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନଙ୍କ ଏକ ଟୁଇଟ୍‌ର ଜବାବ ରଖି ପ୍ରଧାନମନ୍ତ୍ରୀ ମୋଦି ଏହି କଥା କହିଛନ୍ତି। ପୂର୍ବରୁ ମୋଦିଙ୍କୁ ଟ୍ୟାଗ କରି ମୋରିସନ ଉଲ୍ଲେଖ କରିଛନ୍ତି ଯେ, ଷ୍ଟାଡିୟମରେ ବହୁସଂଖ୍ୟାରେ ଦର୍ଶକ ଉପସ୍ଥିତ ରହିବେ ଓ ଦୁଇ ଶ୍ରେଷ୍ଠ ଦଳ ମୁକାବିଲାରେ ଅବତୀର୍ଣ୍ଣ ହେବେ। ଏହା ଏକ ସୁନ୍ଦର ତଥା ରୋମାଞ୍ଚକ ମ୍ୟାଚ୍‌ ହେବାକୁ ଯାଉଛି। ସବୁଆଡେ ଅଷ୍ଟ୍ରେଲିଆର ଚମକ ଦେଖିବାକୁ ମିଳୁଛି ବୋଲି ସେ ଟୁଇଟ କରିଛନ୍ତି। ମୋଦି ମଧ୍ୟ ଟୁଇଟ୍‌ କରି ଏହାର ଜବାବ ରଖିଛନ୍ତି। ଭାରତ ଓ ଅଷ୍ଟ୍ରେଲିଆ ଫାଇନାଲ ଖେଳିବାକୁ ଯାଉଛନ୍ତି, ଏହାଠାରୁ କୌଣସି ବଡ଼ କଥା ନାହିଁ। ଦୁଇ ଦଳକୁ ମୋର ଶୁଭେଚ୍ଛା ଓ ବିଶ୍ୱ ମହିଳା ଦିବସ ପାଇଁ ଅଭିନନ୍ଦନ। ଯେଉଁ ଦଳ ଭଲ ଖେଳିବ ସେହି ଦଳ ଚାମ୍ପିୟନ ହେବ ବୋଲି ମୋଦି ଟୁଇଟ୍‌ କରି ଉଲ୍ଲେଖ କରିଛନ୍ତି। ନୀଳ ପାହାଡ଼ ଭଳି ଏମ୍‌ସିଜି ପୂରା ନୀଳ ରଙ୍ଗରେ ଝଲସିବ ବୋଲି ସେ ଟୁଇଟ୍‌ କରି ଜବାବ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri