ଦୁଇ ନାବାଳିକାଙ୍କ ସମେତ ୪୧ ଶିଶୁ ଶ୍ରମିକ ଉଦ୍ଧାର

ବ୍ରହ୍ମପୁର ଅଫିସ,୧ା୩ – ଶିଶୁ ଶ୍ରମିକ ଉଦ୍ଧାର ଓ ଥଇଥାନ ପାଇଁ ଅନେକ ଯୋଜନା କରାଯାଇଛି। ଏବେ ଶିଶୁ ଶ୍ରମିକ ଉଦ୍ଧାର ପାଇଁ ବ୍ରହ୍ମପୁର ପୋଲିସ ଜିଲାରେ ବଚପନ୍‌ ବଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିରେ ଜିଲା ଶ୍ରମ ଅଧିକାରୀ, ଶିଶୁ ସୁରକ୍ଷା ଅଧିକାରୀ, ଶିଶୁ ମଙ୍ଗଳ କମିଟି ସଦସ୍ୟ, ଜୁଭେନାଇଲ ପୋଲିସ ଅଧିକାରୀ ଓ ଚାଇଲ୍ଡ ଲାଇନ କର୍ମକର୍ତ୍ତାଙ୍କୁ ନେଇ ୫ ଜଣିଆ ସ୍କ୍ବାଡ୍‌ ଗଠିତ ହୋଇଛି। ଏହି ସ୍ବତନ୍ତ୍ର ଡ୍ରାଇଭ ଗତ ମଙ୍ଗଳବାରରୁ ବ୍ରହ୍ମପୁର ପୋଲିସ ଜିଲାରେ ଆରମ୍ଭ ହୋଇଥିଲା। ଶନିବାର ଶେଷ ଦିନରେ ଏହି ସ୍କ୍ବାଡ୍‌ ଜରଡ଼ା ଥାନା ଇଲାକାରେ ଥିବା ବିଭିନ୍ନ ସ୍ଥାନରେ ଚଢାଉ କରିଥିଲେ ମଧ୍ୟ କୌଣସି ଶିଶୁ ଶ୍ରମିକ ଉଦ୍ଧାର ହୋଇ ପାରି ନ ଥିବା ଜଣାପଡିଛି। ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ୧୦ ଥାନା ଇଲାକାରେ ବିପଜ୍ଜନକ ଓ ଅସ୍ବାସ୍ଥ୍ୟକର ପରିବେଶରେ କାମ କରୁଥିବା ଦୁଇ ଜଣ ନାବାଳିକା ଶିଶୁ ଶ୍ରମିକଙ୍କ ସମେତ ୪୧ ଜଣଙ୍କୁ ଉଦ୍ଧାର କରାଯାଇଛି ବୋଲି ଜିଲା ଶ୍ରମ ଅଧିକାରୀ ବାବୁ ଚରଣ ପାତ୍ର ସୂଚନା ଦେଇଛନ୍ତି। ବୈଦ୍ୟନାଥପୁର ଥାନା ଇଲାକାରୁ ୭ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଗୋଷାଣୀନୂଆଗଁା ଥାନା ଇଲାକାରୁ ୬, ଟାଉନ ଥାନା ଇଲାକାରୁ ୧୧, ବଡବଜାର ଅଞ୍ଚଳରୁ ୮ ଶିଶୁ ଶ୍ରମିକ ଓ ଜଣେ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ସେହିପରି ଗୋପାଳପୁର ଥାନା ଅଞ୍ଚଳରୁ ଜଣେ, ଗୋଳନ୍ଥରା ଥାନା ଅଞ୍ଚଳରୁ ୩, ସଦର ଥାନା ଅଞ୍ଚଳରୁ ଜଣେ ନାବାଳିକା, ଦିଗପହଣ୍ଡି ଥାନା ଅଞ୍ଚଳରୁ ଜଣେ ଓ କେ.ନୂଆଗଁା ଥାନା ଅଞ୍ଚଳରୁ ୨ ଶିଶୁ ଶ୍ରମିକ ଉଦ୍ଧାର ହୋଇଥିଲେ। ଉଦ୍ଧାର ଶିଶୁ ଶ୍ରମିକମାନଙ୍କୁ ଶିଶୁ ମଙ୍ଗଳ ଅଧିକାରୀଙ୍କ ନିକଟରେ କାଉନ୍‌ସେଲିଂ ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି। ଅନ୍ୟପଟେ ଉଦ୍ଧାର ଶିଶୁ ଶ୍ରମିକମାନେ କହିଛନ୍ତି, ପାରିବାରିକ ଆର୍ଥିକ ସ୍ଥିତି ଭଲ ନ ଥିବାରୁ ଆମେ ବିଭିନ୍ନ ସ୍ଥାନରେ କାମ କରୁଥିଲୁ। ଦିନକୁ ଖାଇବା ଓ ରହିବା ସୁବିଧା ସହ ୧୦୦ ରୁ ୨୦୦ ଟଙ୍କା ମିଳୁଥିଲା ବାପା ମା’ଙ୍କ ସହମତିରେ ଆମେ ଏଠାରେ କାମ କରୁଥିଲୁ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri