ଦୁଇ ନେତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ : ୬ଜଣଙ୍କ ନାଁରେ ମାମଲା ରୁଜୁ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ଜିଲା ଜଳେଶ୍ୱର ସହରର ପଞ୍ଚୁଘଣ୍ଟା ଗ୍ରାମ ନିକଟରେ ଥିବା ଶିବ ମନ୍ଦିର ନିକଟରେ ରବିବାର ରାତିରେ ଭାଜପାର ରାଷ୍ଟ୍ରୀୟ ପରିଷଦ ସଭ୍ୟ ସମୀର ପାତ୍ର ଓ ଜଳେଶ୍ୱର କୃଷକ ସଙ୍ଗଠନ ସମ୍ପାଦକ ସୁବ୍ରତ ବେରାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରାଯାଇଛି। ଖବରପାଇ ପୋଲିସ ଦୀର୍ଘ ଦେଢ଼ଘଣ୍ଟା ପରେ ଦୁଇ ନେତାଙ୍କୁ ଉଦ୍ଧାର କରିଥିଲା। ଏନେଇ ପାତ୍ର ଜଳେଶ୍ୱର ଥାନାରେ ଲିଖିତ ଅଭିଯୋଗ କରିବା ପରେ ମାମଲା (ନଂ. ୨୦୬/୨୦) ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ବାଲିମାଫିଆଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିଥିବାରୁ ତାଙ୍କୁ ଆକ୍ରମଣ କରାଯାଇଥିବା ସେ ଏତଲାରେ ଦର୍ଶାଇଛନ୍ତି। ଏହି ଘଟଣାରେ ୬ ଜଣଙ୍କ ମାମଲା ରୁଜୁ ହୋଇଥିବା ତଦନ୍ତ ଅଧିକାରୀ ସବ୍‌ଇନ୍ସପେକ୍ଟର ନରେନ୍ଦ୍ର ନାଥ ସେଠୀ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଜଳେଶ୍ୱର ବ୍ଲକର ସୁବର୍ଣ୍ଣରେଖା ନଦୀପଠାରୁ ବେଆଇନ ବାଲି ଉତ୍ତୋଳନ ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଛି। ଦିନକୁ ଦିନ ମାଫିଆଙ୍କ ଦୌରାମତ୍‌ୟ ବଢିଚାଲିଥିବାରୁ ଏହାର ପ୍ରତିବାଦ କରି ରାଷ୍ଟ୍ରୀୟ ପରିଷଦ ସଭ୍ୟ ପାତ୍ର ଓ ଜଳେଶ୍ୱର କୃଷକ ସଙ୍ଗଠନ ସମ୍ପାଦକ ବେରା ହାଇକୋର୍ଟରେ ମାମଲା ରୁଜୁ କରିବା ସହ ଏନ୍‌ଜିଟିରେ ଅଭିଯୋଗ କରିଥିଲେ। ଗତ ୯ତାରିଖ ଏନ୍‌ଜିଟିର ରିପୋର୍ଟ ଅନୁଯାୟୀ ଜଳେଶ୍ୱର ପଞ୍ଚୁଘଣ୍ଟା (କ) ଓ (ଖ) ବାଲିଖାଦାନରୁ ବେଆଇନ ବାଲି ଉତ୍ତୋଳନର ତଦନ୍ତ ପାଇଁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ଖବର ଜାଣିବା ପରେ ବେଆଇନ ବାଲି ଉତ୍ତୋଳନକାରୀମାନେ ଉତ୍ତ୍ୟକ୍ତ ହୋଇପଡିଛନ୍ତି। ରବିବାର ରାତିରେ ପାତ୍ର ଚପଲା ଗ୍ରାମରୁ ଘରକୁ ଫେରୁଥିବା ବେଳେ ନିକଟସ୍ଥ ଶିବ ମନ୍ଦିର ପାଖରେ ବେରାଙ୍କ ସହ ଦେଖାହୋଇ କଥା ହେଉଥିଲେ। ଏହି ସମୟରେ କେତେକ ଦୁର୍ବୃତ୍ତ ପହଞ୍ଚି ଦୁଇନେତାଙ୍କୁ ଗାଳିଗୁଲଜ କରିବା ସହ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ପୋଲିସ ସେମାନଙ୍କୁ ଉଦ୍ଧାର କରିଥିଲା। ଅନ୍ୟପକ୍ଷରେ ବାଲିମାଫିଆଙ୍କ ବିରୋଧରେ ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଉପରେ ସ୍ଥାନୀୟବାସିନ୍ଦା ନଜର ରଖିଛନ୍ତି। ଦୃଢ କାର୍ଯ୍ୟାନୁଷ୍ଠାନ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ସ୍ଥାନୀୟ ଅଞ୍ଚଳର ଭାଜପାର ନେତୃବୃନ୍ଦ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ସମୁଦ୍ର ନୁହେଁ, ମରୁଭୂମିରୁ ମିଳିଲା ୫୦୦ ବର୍ଷ ପୁରୁଣା ଜାହାଜ; ଭିତରୁ ବାହାରିଲା କୋଟି କୋଟି ଟଙ୍କାର ଖଜଣା

ନୂଆଦିଲ୍ଲୀ,୨୬ା୭: କଳ୍ପନା କରନ୍ତୁ, ଯେଉଁଠି ଚାରିଆଡ଼େ କେବଳ ବାଲି ହିଁ ବାଲି, ସେଠାରେ ଅଚାନକ ଏକ ପୁରୁଣା ଜାହାଜ ମିଳିଗଲେ କେମିତି ଲାଗିବ? ଏପରି ହିଁ ଘଟିଥିଲା…

ଲୋହିତ ସାଗର ଜଳିଗଲେ ବି ‘ଇରାନର କୁମ୍ଭକର୍ଣ୍ଣ’ ଭାରତର କିଛି କ୍ଷତି କରିପାରିବ ନାହିଁ

ତେହରାନ/ନୂଆଦିଲ୍ଲୀ,୨୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପର୍ଯ୍ୟନ୍ତ କେବଳ ହର୍ମୁଜ ପ୍ରଣାଳୀ ଜାହାଜ ଚଳାଚଳ ପାଇଁ ବନ୍ଦ ଥିଲା, କିନ୍ତୁ ଏହି ସଂଘର୍ଷର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା…

ଘୁଙ୍ଗିଯୋର ପୋଲ ଉପରେ ୫ ଫୁଟ ବନ୍ୟାଜଳ: ବୀରମହାରାଜପୁର–ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୨୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଭୂତିଆପାଲି ଏବଂ ଲୁତୁରପଙ୍କ ପଞ୍ଚାୟତର ମେଣ୍ଡିଲିପାଲି ମଧ୍ୟରେ ପ୍ରବାହିତ ଘୁଙ୍ଗିଯୋରରେ ବନ୍ୟାଜଳ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri