ଶେରଗଡରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

ଶେରଗଡ଼,୨୧।୭(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକର ଦୁଇ ପଞ୍ଚାୟତକୁ ରବିବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଦିଲ୍ଲୀପ କୁମାର ମହାନ୍ତି ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମେ ଧନନ୍ତର ପଞ୍ଚାୟତ ଗସ୍ତ କରିଥିଲେ। ସେଠାରେ ଶେରଗଡ଼ ବିଡ଼ିଓ ସୁରଞ୍ଜନ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ବୈଠକରେ ଯୋଗଦେଇ ସଚିବ ମହାନ୍ତି ପଞ୍ଚାୟତରେ ହେଉଥିବ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଉକ୍ତ ପଞ୍ଚାୟତରେ କ’ଣ ଆବଶ୍ୟକ ରହିଛି ପଚାରି ବୁଝିଥିଲେ। ପଞ୍ଚାୟତ କୋଠା ସମ୍ପୂର୍ଣ୍ଣ ହୋଇସାରିଥିବାବେଳେ ନିକଟରେ ଏକ ପାଇଖାନା ର୍ନିମାଣ ଲାଗି ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଉନ୍ନୟନମୂଳକ କାମ ତୁରନ୍ତ ସାରିବାକୁ ପରାମର୍ଶ ଦେଇଥିଲେ। ପଞ୍ଚାୟତରେ ଆଉ କଣ ପ୍ରକଳ୍ପ ଦରକାର ବିଡ଼ିଓଙ୍କ ଜରିଆରେ ଜଣାଇବାକୁ କହିଥିଲେ। ବିଭିନ୍ନ ଦାବି ନେଇ ପଞ୍ଚାୟତର ସ୍ବୟଂ ସହାୟିକା ଗୋଷ୍ଠୀ ଏକ ଦାବିପତ୍ର ପ୍ରଦାନ କରିଥିଲେ। ମିଳିତ ଶିକ୍ଷକ ସଂଘ ପକ୍ଷରୁ ବିଇଓଙ୍କୁ ତୁରନ୍ତ ବଦଳି ପାଇଁ ୧୨ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହାପରେ ସଚିବ ନରେନ୍ଦ୍ରପୁର ପଞ୍ଚାୟତକୁ ଯାଇ ଲୋକଙ୍କ ଅଭିଯୋଗ ଶୁଣିବା ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବାପରେ ହିଞ୍ଜିଳି ଅଭିମୁଖେ ଯାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ବ୍ଲକ ବିଜେଡି ସଭାପତି ଶରତ ଚନ୍ଦ୍ର ପାତ୍ର, ସନ୍ତୋଷ କୁମାର ପଟ୍ଟନାୟକ, ପୂର୍ବତନ ବ୍ଲକ ଅଧକ୍ଷ ବାବୁଲା କୁମାର ଚୌଧୁରୀ, ହୃଷୀକେଶ ପାଢ଼ୀ, ବ୍ଲକ ଉପାଧ୍ୟକ୍ଷ ବିଶ୍ୱନାଥ ସ୍ବାଇଁ, ଗୋପାଳ ଚରଣ ପଟ୍ଟନାୟକ, ସମୀର ପ୍ରଧାନ, ମକରା ସ୍ବାଇଁ, ନିରଞ୍ଜନ ଜେନା, ଦୁର୍ଗାମାଧବ ବିଷୋୟୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri