ଦୁଇ ପୃଥକ ଅପହରଣ ମାମଲା: ୪ ଗିରଫ

ଭବାନୀପାଟଣା, ୩୧।୫ (ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ଦୁଇଟି ଅପହରଣ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି।

ଭବାନୀପାଟଣା ସହରରେ ଗତ କିଛି ଦିନ ତଳେ ବିବାହର ପ୍ରଲୋଭନ ଦେଖାଇ ବେନ୍ଦାଝୋଲା ଗ୍ରାମର ମାନସ ନାଏକ ସାଥୀ ସଞ୍ଜୟ ସା ଓ ବଡ଼ପଡାର ରୋହିତ ଦୀପଙ୍କ ସହ ମିଶି ଜଣେ ୧୩ ବର୍ଷର ଛାତ୍ରୀଙ୍କୁ ଅପହରଣ କରିଥିଲେ। ଏ ନେଇ ଝିଅର ବାପା ଟାଉନ ଥାନାରେ ଏତଲା ଦେବା ପରେ ଆଇଆଇସି ସତ୍ୟ କୁମାର ନନ୍ଦ ଏକ ମାମଲା ରୁଜୁ କରିଥିଲେ। ଢେଙ୍କାନାଳ ଜିଲା ସୁନ୍ଦରପଡ଼ାରେ ମାନସଙ୍କ ମାଉସୀ ଘରୁ ପୋଲିସ ସେମାନଙ୍କୁ ଗିରଫ କରିଥିଲା। ସେମାନଙ୍କୁ ଭବାନୀପାଟଣା ଅଣାଯିବା ସହିତ ତାଙ୍କ ସାଥୀ ସଞ୍ଜୟ ଓ ରୋହିତଙ୍କ ବାପା ତେଜରାଜଙ୍କୁ ଗିରଫକରି ପୋଲିସ କୋର୍ଟଚାଲାଣ କରିଛି।

ସେହିପରି ଅନ୍ୟ ଏକ ଘଟଣାରେ ଭବାନୀପାଟଣା ସହରସ୍ଥିତ ରାମସାଗରପଡ଼ାର ଡ୍ରାଇଭର ଶମ୍ଭୁ କୁମାର ସାହୁ(୧୯) ଜଣେ ୧୭ ବର୍ଷର ଛାତ୍ରୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଅପହରଣ କରି ନେଇଥିବା ପରିବାର ଲୋକେ ଟାଉନ ଥାନାରେ ଅଭିଯୋଗ କରିଥିଲେ। ଆଇଆଇସି ସତ୍ୟ କୁମାର ନନ୍ଦ ଓ ଏସ୍‌ଆଇ ସୀତା କିଷାନ ଶମ୍ଭୁଙ୍କୁ ଗିରଫ କରିଥିବା ବେଳେ ଆଜି ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri