ଦୁଇ ବାଇକ୍‌ ମୁହଁ।ମୁହିଁ:୨ ଜୀବନ ଗଲା

ଭଞ୍ଜନଗର,୧୯।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ କାଠଚିରା ନିକଟରେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହଁ। ମୁହିଁ ଧକ୍କା ହେବାରୁ ଜଣେ ମହିଳାଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନୟାଗଡ଼ ଜିଲା ବାଣିଗୋଛା ଥାନା ଅନ୍ତର୍ଗତ ଗୋଛାବାଡ଼ିର ସୁବାସିନୀ ବେହେରା (୫୦) ଓ ଗାଲେରିର ବବ୍ରୁ ନାଇକ (୨୫)। ଏହି ଦୁର୍ଘଟଣାରେ ଗୁରୁତର ଆହତ ଅନ୍ୟ ୨ ଜଣ ଗାଲେରିର ଦୁନିଆ ନାଇକ ଓ ଗୋଛାବାଡ଼ିର ତୀର୍ଥ ବେହେରାଙ୍କୁ ଭଞ୍ଜନଗରରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି।
ଗୋଚ୍ଛାବାଡିର ତୀର୍ଥ ତାଙ୍କ ମା’ ସୁବାସିନୀଙ୍କୁ ଧରି ଭଞ୍ଜନଗରରୁ ବାଇକ୍‌ ଯୋଗେ ଫେରୁଥିଲେ। ବିପରୀତ ଦିଗରୁ ବବ୍ରୁ ଓ ଦୁନିଆ ଏକ ବାଇକ୍‌ରେ ଭଞ୍ଜନଗର ଆସୁଥିଲେ। କାଠଚିରା ଛକ ନିକଟରେ ଦୁଇ ବାଇକ୍‌ ମୁହଁାମୁହିଁ ଧକ୍କା ହେବାରୁ ୪ ଆରୋହୀ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଗାଲେର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ସୁବାସିନୀଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟ ୩ ଜଣଙ୍କୁ ଭଞ୍ଜନଗର ମେଡ଼ିକାଲକୁ ନିଆଯାଇଥିଲେ ମଧ୍ୟ ବାଟରେ ବବ୍ରୁଙ୍କ ମୃତ୍ୟୁ ହୋଇଯାଇଥିଲା। ଆହତ ଦୁନିଆ ଓ ତୀର୍ଥଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନେବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ଗାଲେରି ଫାଣ୍ଡି ଅଧିକାରୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପୋଲିସ ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। ଏ ନେଇ ନଂ.୮୯/୨୦ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri