ଦୁଇ ବାଇକ୍‌ ମୁହାଁମୁହିଁ: ଚାଳକ ଦ୍ୱୟଙ୍କ ଜୀବନଗଲା, ୨ ଗୁରୁତର

ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କଡ଼ମ୍ବା ଛକରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବ୍ରାହ୍ମଣୀଗାଁ ଥାନା କୁମ୍ଭାରିଗାଁ ପଞ୍ଚାୟତ ରାଜନଗଡ଼ ଗ୍ରାମର ପାଉଲ ଶବର ଏବଂ ଗଜପତି ଜିଲା ମୋହନା ବ୍ଲକ ଦନିଗାଁ ଗ୍ରାମର କଲେଜ ଛାତ୍ର ଅର୍ଜୁନ ମନ୍ତ୍ରୀ(୨୦)। ସେହିପରି ଗୁରୁତର ଦ୍ୱୟ ହେଲେ ଦନିଗାଁର କଲେଜ ଛାତ୍ର ନରେନ୍ଦ୍ର ନାୟକ ଏବଂ ଗୋବରକୁଟି ଗ୍ରାମର ସୀମାଞ୍ଚଳ ନାୟକ ା ସେମାନଙ୍କୁ ପ୍ରଥମ ବ୍ରାହ୍ମଣୀଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି ା
ସୂଚନାଯୋଗ୍ୟ, ଅର୍ଜୁନ ଏବଂ ତାଙ୍କ ସହପାଠୀ ନରେନ୍ଦ୍ର ନାୟକ ଏକ ବାଇକ୍‌ରେ କଲେଜ ସାରି ନିଜ ଗ୍ରାମ ଗଜପତି ଜିଲା ଦନିଗାଁକୁ ଫେରୁଥିଲେ। ବିପରୀତ ଦିଗରୁ ଏକ ବାଇକରେ ପାଉଲ ଏବଂ ସୀମାଞ୍ଚଳ ନିଜ ଗ୍ରାମକୁ ଫେରୁଥିଲେ। ଏହି ସମୟରେ ଗଜପତି ଏବଂ କନ୍ଧମାଳ ସୀମାବର୍ତ୍ତୀ କଡ଼ମ୍ବା ଘାଟିରେ ଦୁଇ ବାଇକ୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହୋଇଥିଲା। ଖବର ପାଇ ବ୍ରାହ୍ମଣୀଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇଟି ବାଇକ ଜବତ କରିବା ସହ ଦୁଇଟି ମୃତଦେହ ଜବତ କରିଛି ା ଏନେଇ ଥାନାରେ ୯୮/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ତଦନ୍ତକାରୀ ଅଧିକାରୀ ସଂଗ୍ରାମ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri