ଦୁଇ ବାଇକ୍‌ ମୁହାଁମୁହିଁ: ଚାଳକ ଦ୍ୱୟଙ୍କ ଜୀବନଗଲା, ୨ ଗୁରୁତର

ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କଡ଼ମ୍ବା ଛକରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବ୍ରାହ୍ମଣୀଗାଁ ଥାନା କୁମ୍ଭାରିଗାଁ ପଞ୍ଚାୟତ ରାଜନଗଡ଼ ଗ୍ରାମର ପାଉଲ ଶବର ଏବଂ ଗଜପତି ଜିଲା ମୋହନା ବ୍ଲକ ଦନିଗାଁ ଗ୍ରାମର କଲେଜ ଛାତ୍ର ଅର୍ଜୁନ ମନ୍ତ୍ରୀ(୨୦)। ସେହିପରି ଗୁରୁତର ଦ୍ୱୟ ହେଲେ ଦନିଗାଁର କଲେଜ ଛାତ୍ର ନରେନ୍ଦ୍ର ନାୟକ ଏବଂ ଗୋବରକୁଟି ଗ୍ରାମର ସୀମାଞ୍ଚଳ ନାୟକ ା ସେମାନଙ୍କୁ ପ୍ରଥମ ବ୍ରାହ୍ମଣୀଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି ା
ସୂଚନାଯୋଗ୍ୟ, ଅର୍ଜୁନ ଏବଂ ତାଙ୍କ ସହପାଠୀ ନରେନ୍ଦ୍ର ନାୟକ ଏକ ବାଇକ୍‌ରେ କଲେଜ ସାରି ନିଜ ଗ୍ରାମ ଗଜପତି ଜିଲା ଦନିଗାଁକୁ ଫେରୁଥିଲେ। ବିପରୀତ ଦିଗରୁ ଏକ ବାଇକରେ ପାଉଲ ଏବଂ ସୀମାଞ୍ଚଳ ନିଜ ଗ୍ରାମକୁ ଫେରୁଥିଲେ। ଏହି ସମୟରେ ଗଜପତି ଏବଂ କନ୍ଧମାଳ ସୀମାବର୍ତ୍ତୀ କଡ଼ମ୍ବା ଘାଟିରେ ଦୁଇ ବାଇକ୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହୋଇଥିଲା। ଖବର ପାଇ ବ୍ରାହ୍ମଣୀଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇଟି ବାଇକ ଜବତ କରିବା ସହ ଦୁଇଟି ମୃତଦେହ ଜବତ କରିଛି ା ଏନେଇ ଥାନାରେ ୯୮/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ତଦନ୍ତକାରୀ ଅଧିକାରୀ ସଂଗ୍ରାମ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri