ଦୁଇ ମାସରେ ୧୦ମୃତ୍ୟୁ, ଅନେକ ଲୋକ ଆକ୍ରାନ୍ତ: ଡେଙ୍ଗୁ ସନ୍ଦେହ

ମୁନିଗୁଡା,୨୧।୪: କରୋନା ବା କୋଭିଡ-୧୯କୁ ନେଇ ସାରା ରାଜ୍ୟରେ ଏବେ ଆତଙ୍କ ଖେଳିଯାଇ ଥିବା ବେଳେ ରାୟଗଡା ଜିଲା ମୁନିଗୁଡାରେ ଅଜଣା ରୋଗରେ ଲୋକଙ୍କ ମୃତ୍ୟୁ ହେଉଥିବା ଖବର ସାମ୍ନାକୁ ଆସିଛି। ଯାହା ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ମୁନିଗୁଡା ସ୍ଥିତ ଟିକରପଡାଠାରେ ଜଣେ ରୋଗୀଙ୍କ ଡେଙ୍ଗୁ ରିପୋର୍ଟ ପଜିଟିଭ୍‌ ଆସିଛି। ଏହାପରେ ସହରରେ ଭୟର ବାତାବରଣ ଖେଳିଯାଇଛି। ସୂଚନାଯୋଗ୍ୟ, ଟିକରପଡ଼ା ସାହିରେ ଗତ ୨ ମାସ ମଧ୍ୟରେ ଅଜଣା ରୋଗରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ବିଷମକଟକ ବେସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଚିକିତ୍ସିତ ହେଉଥିବା ରୋଗୀଙ୍କ ମଧ୍ୟରୁ ଜଣଙ୍କ ରିପୋର୍ଟ ଡେଙ୍ଗୁ ପଜିଟିଭ୍‌ ବାହାରିଛି। ଡେଙ୍ଗୁ ପଜିଟିଭ ଆସିବା ପରେ ସ୍ବାସ୍ଥ୍ୟ ବିଭାଗ ଏହି ଘଟଣାକୁ ଗୁରୁତର ସହ ନେଇଛି। ଗାଁରେ ସ୍ବାସ୍ଥ୍ୟ ବିଭାଗ କ୍ୟାମ୍ପ ପକାଇ ଲୋକଙ୍କୁ ସଚେତନ କରିବା ସହ ଚିକିତ୍ସା ଆରମ୍ଭ କରିଛି। ଏନେଇ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସକ ଡା.ସଞ୍ଜୟ କୁମାର ସୂଚନା ଦେଇଛନ୍ତି। ଅପରପକ୍ଷେ ସୋମବାର ଜିଲାରୁ ସ୍ବାସ୍ଥ୍ୟବିଭାଗର ଏକ ଅଧିକାରୀ ଟିମ୍‌ ଟିକରପଡାରେ ପରିଦର୍ଶନ କରି ଲୋକଙ୍କୁ ସଚେତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri