Posted inଜାତୀୟ

ଦୁବାଇ ଶାସକଙ୍କ ମାଲାୟାଲମ ଟୁଇଟ୍‌ର ଉତ୍ତର ଆରବିକ୍‌ରେ ଦେଲେ କେରଳ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୩।୨: ଦୁବାଇର ଶାସକ ତଥା ୟୁଏଇର ପ୍ରଧାନମନ୍ତ୍ରୀ ଶେଖ ମହମ୍ମଦ ବିନ ରଶିଦ ଅଲ ମାକତୁମ ଗୁରୁବାର ମାଲାୟାଲମ ଭାଷାରେ ଏକ ଟୁଇଟ୍‌ କରିଥିଲେ। ଏମିରେଟ୍ସରେ କେରଳର ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନଙ୍କ ସହ ବୈଠକ ପରେ ଶେଖ ମହମ୍ମଦ କରିଥିବା ଟୁଇଟ୍‌ ଭାଇରାଲ ହୋଇଯାଇଛି।

ଟୁଇଟ୍‌ ସହିତ ଦୁବାଇ ଶାସକ ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ଅଛନ୍ତି କେରଳ ମୁଖ୍ୟମନ୍ତ୍ରୀ। ବୁଧବାର ଦୁବାଇ ଏକ୍ସପୋ ୨୦୨୦ ଅବସରରେ ବିଜୟନଙ୍କୁ ଭେଟିଥିଲେ ଶେଖ ୟୁଏଇ ପ୍ରଧାନମନ୍ତ୍ରୀ। ଉକ୍ତ ପୋଷ୍ଟରେ ସେ ଲେଖିଥିଲେ, “କେରଳ ସହିତ ୟୁଏଇର ଏକ ସ୍ବତନ୍ତ୍ର ସମ୍ପର୍କ ରହିଛି। ଦୁବାଇ ଏବଂ ୟୁଏଇର ବିକାଶ ଓ ଅର୍ଥନୀତିରେ କେରଳବାସୀ ବେଶ୍‌ ଯୋଗଦାନ କରିଛନ୍ତି”। କୌତୁହଳର ବିଷୟ ହେଲା, କେରଳ ମୁଖ୍ୟମନ୍ତ୍ରୀ ଆରବିକ୍‌ ଭାଷାରେ ଟୁଇଟ କରି ଦୁବାଇ ଶାସକଙ୍କୁ ଧନ୍ୟବାଦ ଜଣାଇଥିଲେ।

ବୁଧବାର ବୈଠକ ବେଳେ ଦକ୍ଷିଣ ଭାରତ ରାଜ୍ୟର ବିକାଶରେ ସମର୍ଥନ ପାଇଁ ଶେଖ ମହମ୍ମଦ ବିନ ରଶିଦଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିବା ସିଏମ୍‌ଓ ପକ୍ଷରୁ ଜାରି କରାଯାଇଥିବା ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri