ଦୁର୍ଗନ୍ଧରେ ଫାଟୁଛି ଦଣ୍ଡା ରୋଡ୍‌

ଢେଙ୍କାନାଳ ଅଫିସ, ୨୮।୮ – ଢେଙ୍କାନାଳ ପୌରାଞ୍ଚଳ ୧୩ନଂ. ଓ୍ବାର୍ଡ ଅଧୀନ ଦଣ୍ଡାରୋଡ୍‌ରେ ଡ୍ରେନେଜ୍‌ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଅଣ ଓସାରିଆ ପୁରାତନ ପଥର ଡ୍ରେନ୍‌ରେ ନର୍ଦ୍ଦମା ଜଳ ନିଷ୍କାସନ ହୋଇପାରୁନାହିଁ। ଫଳରେ ପୂତିଗନ୍ଧମୟ ପରିବେଶରେ ନାକଫାଟୁଛି। ଏହାର ସମାଧାନ ଦିଗରେ ପଦକ୍ଷେପ ନେବାକୁ ଅଞ୍ଚଳବାସୀଙ୍କ ବାରମ୍ବାର ଦୃଷ୍ଟି ଆକର୍ଷଣ କରିବା ସତ୍ତ୍ୱେ ପୌର କର୍ତ୍ତୃପକ୍ଷ ପଦକ୍ଷେପ ଗ୍ରହଣ କରୁନାହାନ୍ତି। ଏହାର ସ୍ଥାୟୀ ସମାଧାନ କରିବାକୁ ଓ୍ବାର୍ଡବାସୀ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି ।
ଲଗାଣ ବର୍ଷାରେ ୩ନଂ, ୪ନଂ, ୧୧ନଂ ଏବଂ ୧୨ନଂ. ଓ୍ବାର୍ଡରୁ ପାଣି ସ୍ରୋତ ପ୍ରବାହିତ ହୋଇ ଦଣ୍ଡାରୋଡ୍‌ ଡ୍ରେନ୍‌ରେ ମିଶି କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି କରୁଛି। ଡ୍ରେନ୍‌ ପାଣି ସହିତ ବିଷଧର ସାପ, କୀଟ ଘରେ ପଶୁଛନ୍ତି। ଜଳ ନିଷ୍କାସନ ହୋଇପାରୁ ନ ଥିବାରୁ ରୋଗୀ, ଛାତ୍ରୀଛାତ୍ର ଯାତାୟାତରେ କଷ୍ଟ ଭୋଗୁଛନ୍ତି। ବ୍ୟବସାୟୀ, କର୍ମଜୀବୀ କାର୍ଯ୍ୟକ୍ଷେତ୍ରକୁ ଯିବାରେ ନାହିଁ ନ ଥିବା ଦୁର୍ଦ୍ଦଶା ହେଉଛନ୍ତି। ସେହିପରି ଦଣ୍ଡା ସାହି ରାସ୍ତାର ଉତ୍ତର ଦିଗରେ ଥିବା ବସ୍ତିର ଡ୍ରେନ୍‌ ଅଧାପନ୍ତରିଆ ଅବସ୍ଥାରେ ରହିଛି। ସେଠାରେ ମଧ୍ୟ ବର୍ଷାଜଳ ନିଷ୍କାସନ ହୋଇ ନ ପାରି କୃତ୍ରିମ ଜଳାଶୟ ସୃଷ୍ଟି ହୋଇଛି। ଏହି ଦୂଷିତ ଜଳ ଖୋଲା କୂଅରେ ପଶି ପାନୀୟ ଜଳକୁ ପ୍ରଦୂଷିତ କରୁଛି। ପାଇଖାନା ଟାଙ୍କିରେ ପାଣି ପଶୁଥିବାରୁ ସମସ୍ୟା ଅଧିକ ଜଟିଳ ହୋଇପଡୁଛି। ପୁରୁଣା ଘରଗୁଡ଼ିକ ଦବିଯାଉଛି। ହଜାର ହଜାର ଅଞ୍ଚଳବାସୀଙ୍କ ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ଡ୍ରେନେଜ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ଗିରୀଶ ଚନ୍ଦ୍ର ନାଥ, ମୁରଲୀଧର ପଟ୍ଟନାୟକ, ଭରତ ହାତୀ, ପଙ୍କଜ ନାୟକ, ରୁଦ୍ରାନ୍ତ କୁମାର ଦଳେଇ, ଉପେନ୍ଦ୍ରନାଥ ସ୍ବାଇଁ, ସୁନାକର ଲେଙ୍କା, ଜିତେନ୍ଦ୍ର ବରାଳ, ଦୀପୁନା ଜେନା, ବ୍ରହ୍ମାନନ୍ଦ ମହାନ୍ତି ପ୍ରମୁଖ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏହାର ନକଲ ଏମ୍‌ପି, ବିଧାୟକ, ପୌରସଂସ୍ଥା ନିର୍ବାହୀ ଅଧିକାରୀଙ୍କୁ ଦିଆଯାଇଛି। ଯୁଦ୍ଧକାଳୀନଭିତ୍ତିରେ ଡ୍ରେନ୍‌ ସମ୍ପ୍ରସାରଣ କରା ନ ଗଲେ ଅଞ୍ଚଳବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri