ଦୁର୍ଗମ ଅଞ୍ଚଳରେ ଚାଲିଥିଲା ମଦ ଭାଟି: ଅବକାରୀ ବିଭାଗର ଚଢ଼ାଉ, ଦୁଇ ଗିରଫ

ଦିଗପହଣ୍ଡି,୩୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବିଛାପାଟ ଗ୍ରାମ ନିକଟ ଦୁର୍ଗମ ଅଞ୍ଚଳରେ ଚାଲିଥିବା ବେଆଇନ ଦେଶୀ ମଦଭାଟି ଉପରେ ଗୁରୁବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଘଟଣାରେ ଭାଟିରେ ମଦ ପ୍ରସ୍ତୁତ କରୁଥିବା ବିଛାପାଟ ଗ୍ରାମର ନିଳାଞ୍ଚଳ ବେହେରା ଓ ଫାସିବନ୍ଧ ଗ୍ରାମର ରଞ୍ଜନ ନାଇକଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୨୨ଲିଟର ରନ୍ଧା ଦେଶୀ ମଦ ସହ ମଦରନ୍ଧା ସରଞ୍ଜାମ ଜବତ କରାଯାଇଛି।

ସୂଚନାନୁଯାୟୀ, କୌଣସି ସୁତ୍ରରୁ ଖବର ପାଇ ସକାଳ ସାଢ଼େ ୭ଟାରେ ଅବକାରୀ କର୍ମଚାରୀମାନେ ଅତର୍କିତ ଚଢ଼ାଉ କରିଥିଲେ। କର୍ମଚାରୀଙ୍କୁ ଦେଖି ଅଭିଯୁକ୍ତଦ୍ୱୟ ଫେରାର ହେବାକୁ ଚେଷ୍ଟା କରୁଥିବା ବେଳେ ସେମାନଙ୍କ ସହ ଧସ୍ତାଧସ୍ତି ହୋଇଥିଲା। ଅଭିଯୁକ୍ତ ନିଳାଞ୍ଚଳଙ୍କୁ ଚିକିଟି ଅବକାରୀ ରେଞ୍ଜ କାର୍ଯ୍ୟାଳୟ ମାମଲା(ନଂ ୫/୧୯-୨୦) ଏବଂ ରଞ୍ଜନଙ୍କୁ ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ କାର୍ଯ୍ୟାଳୟ ମାମଲା ନଂ(୧୩/୧୯-୨୦) ଅନୁଯାୟୀ ସାନଖେମୁଣ୍ଡି କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଦ୍ୱୟଙ୍କୁ ଦିଗପହଣ୍ଡି ସବ୍‌ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ...

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ...

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri