ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଆତଙ୍କ: ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ

ଭବାନୀପାଟଣା,୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ବ୍ଲକର ପୋଖରୀବନ୍ଧ ପଞ୍ଚାୟତ ମେଲଭୁଟୁ ଗାଁରେ ଏବେ ହାତୀପଲ ଆତଙ୍କ ଖେଳାଇଛନ୍ତି। ଶନିବାର ବିଳମ୍ବିତ ରାତିରେ ହାତୀପଲ ଗାଁର ୫ଟି ଘର ସମ୍ପୂର୍ଣ୍ଣ ଭାଙ୍ଗିବା ଧାନ ଓ ମାଣ୍ଡିଆ ଫସଲ ଦଳି ଚକଟି ନଷ୍ଟ କରିଦେଇଛନ୍ତି। ବନ ବିଭାଗର ସୂଚନା ଅନୁସାରେ କିଛିଦିନ ହେଲା ଏହି ହାତୀପଲ ବେଡ଼ାଗାଁ ପଞ୍ଚାୟତର ବିଭିନ୍ନ ଗାଁରେ ଫସଲ ନଷ୍ଟ କରିବା ସହ ଅନେକ ଲୋକଙ୍କ ଘର ଭାଙ୍ଗି ଦେଇଛନ୍ତି। ବର୍ତ୍ତମାନ ହାତୀ ପୋଖରୀବନ୍ଧ ଆଡ଼କୁ ମୁହଁାଇଛନ୍ତି। ପ୍ରଥମେ ଗାଁର ଠେଲା ମାଝିଙ୍କ ଖଳାରେ ଗଦା ହୋଇଥିବା ୭କୁଇଣ୍ଟାଲ ଧାନ ଖାଇ ଦେଇଥିଲେ। ରିଞ୍ଜା ମାଝ,ଧ୍ରୁବ ମାଝିଙ୍କ ଧାନ ଓ ମାଣ୍ଡିଆ ଚାଷକୁ ଦଳି ଚକଟି ଦେଇଥିଲେ। ପରେ ଗାଁରେ ପଶି ଲକ୍ଷ୍ମଣ ମାଝି, ତୁପୁରା ମାଝି, କ୍ରିଷ୍ଣା ମାଝି, ସୁଶାନ୍ତି ମାଝି ଓ ବୁଡୁ ମାଝିଙ୍କ ଘର ଭାଙ୍ଗି ଦେଇଛନ୍ତି। ବନ ବିଭାଗ ପକ୍ଷରୁ ବିଶ୍ୱନାଥପୁର ରେଞ୍ଜର ଲକ୍ଷ୍ୟ ମହାନନ୍ଦଙ୍କ ନେତୃତ୍ୱରେ ଏକ ଟିମ୍‌ ଯାଇ ତଦନ୍ତ କରି ଫେରି ଆସିଛନ୍ତି। ଘଟଣାକୁ ନେଇ ବ୍ଲକ ଅଧ୍ୟକ୍ଷ ଇ.ଫକୀର ମୋହନ ମାଝି କ୍ଷୋଭ ପ୍ରକାଶ କରିବା ସହ ତୁରନ୍ତ ସେମାନଙ୍କୁ ପଲିଥିନ ଯୋଗାଇ ଦେବା ପାଇଁ ଲାଞ୍ଜିଗଡ଼ ତହସିଲଦାରଙ୍କୁ ଅନୁରୋଧ କରିଛନ୍ତି। ବିପନ୍ନ ପରିବାର ଖୋଲା ଆକାଶ ତଳେ ପ୍ରଶାସନିକ ସହାୟତାକୁ ଚାହିଁ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ମା’ ସୁରେଶ୍ୱରୀଙ୍କ ଘାଟଯାତ୍ରା: ମାନସିକ ପୂରଣ ପରେ କୁକୁଡ଼ା-ବୋଦା ବଳି ଦେଲେ ଭକ୍ତ

ରିଷିଡ଼ା,୨୬ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ପୋରକେଲା ପଞ୍ଚାୟତ କୁନ୍ଦେଇପାଲିସ୍ଥିତ ତେଲନଦୀ ଛତିଘାଟ କୂଳରେ ମା’ ସୁରେଶ୍ୱରୀ ମନଖାଇଙ୍କ ଐତିହାସିକ ଘାଟ ଯାତ୍ରା ଓ ଡଙ୍ଗା…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri