ଦୁର୍ଗା ମନ୍ଦିରକୁ ସିଲ୍‌ କରିଦେଲା ପ୍ରଶାସନ

ସରଣ୍ଡା,୨୯।୩(ଡି.ଏନ.ଏ)-ବରଗଡ଼ ଜିଲା ଅତାବିରାରେ ରହିଥିବା ଦୁର୍ଗା ମନ୍ଦିରକୁ ଶନିବାର ପ୍ରଶାସନ ପକ୍ଷରୁ ସିଲ୍‌ କରି ଦିଆଯାଇଛି। ସେଠାକୁ ପ୍ରବେଶ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଇଛି । ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ବିଭାଗୀୟ ଅଧିକାରୀମାନେ ସେଠାକୁ ପହଞ୍ଚି ସିଲ୍‌ କରିଥିଲେ। କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ ଉଦ୍ଦେଶ୍ୟରେ ମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା କରାଯାଇଛି। କିନ୍ତୁ ଅତାବିରା ଦୁର୍ଗା ମନ୍ଦିରରେ ବାସନ୍ତୀକ ଦୁର୍ଗାପୂଜା ପାଇଁ ଭକ୍ତମାନେ ଦୀପ ପ୍ରଜ୍ୱଳନ ସହିତ ଭିଡ଼ କରୁଥିବା ଜଣାପଡ଼ିଥିଲା । ଏହି ସୂଚନା ପାଇବା ପରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ତହସିଲଦାର ହୃଦାନନ୍ଦ ଅଡ଼ା ପ୍ରମୁଖ ବିଭାଗୀୟ ଅଧିକାରୀମାନେ ପହଞ୍ଚି ମନ୍ଦିରକୁ ସିଲ୍‌ କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri