ଦୁର୍ଘଟଣାଗ୍ରସ୍ତ ଆହତ ବସ୍‌ଯାତ୍ରୀଙ୍କୁ ହସ୍ପିଟାଲରେ ଭେଟିଲେ ଜିଲାପାଳ

ଦିଗପହଣ୍ଡି,(ଡିଏନ୍‌ଏ)/ପାଟପୁର,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ମାରୁତି ଶ୍ରୀ ସାଇ ନାମକ ଯାତ୍ରୀବାହୀ ବସ୍‌ (ଓଆର୍‌ ୦୫- ଏ ବି ୩୫୩୦) ଓଲଟି ପଡିବାରୁ ଘଟଣାସ୍ଥଳରେ ୬ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାୟଗଡ଼ା ଜେ.କେ.ପୁରର ବିଦ୍ୟୁତ୍‌ ନାୟକ( ୪୦), ରେଙ୍ଗାଲି ଛକ ପୁଟ ବଗଡ ଗାଁର ଝୁନୁ ବେହେରା, କବିସୂର୍ଯ୍ୟ ନଗର ବାଲ୍ୟାସରା ଗାଁର କରିସ୍ମା ନାୟକ(୨୫), କରପଡ଼ା ଗାଁର ସୁବାସିନୀ ମହାରଣା(୫୦), ପୁରୁଷୋତ୍ତମପୁର କୁସାଳାପଲ୍ଲୀ ଗାଁର ରମେଶ ବେହେରା(୪୨)। ଅନ୍ୟ ଜଣେ ମୃତା ମହିଳାଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ, ମୋହନା ଥାନା ଆଇଆଇସି ସୁଜିତ କୁମାର ନାୟକ ସଦଳବଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ୫ ଆମ୍ବୁଲାନ୍ସ ସମେତ ମୋହନା, ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳକୁ ଆସି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଆହତଙ୍କୁ ଡାକ୍ତରଖାନାରେ ଭେଟିଛନ୍ତି। ପ୍ରାଥମିକ ଚିକିତ୍ସା ପରେ ୩୫ରୁ ଊଦ୍ଧର୍‌ବ ଆହତ ଯାତ୍ରୀଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗଞ୍ଜାମ ଏସ୍‌ପି ବ୍ରିଜେଶ ରାୟ, ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ଅନୁଧ୍ୟାନ କରି ଫେରିଛନ୍ତି। ଦିଗପହଣ୍ଡି ବିଡ଼ିଓ ହଳଧର ଶବର, ଅତିରିକ୍ତ ତହସିଲଦାର ପ୍ରଭାତୀ ମହାରଣା, ସାନଖେମୁଣ୍ଡି ତହସିଲଦାର ଅମିତ୍‌ କୁମାର ନାୟକ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଆହତମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇବାରେ ସହାୟତା କରିଥିଲେ।
ବୁଧବାର ଭୋର ପ୍ରାୟ ସାଢ଼େ ୩ଟାରେ ଦୁର୍ଘଟଣା ଘଟିଛି। ରାୟଗଡ଼ା ନିକଟ ଟିକିରି ଗାଁରୁ ବ୍ରହ୍ମପୁର ଭାୟା ଦିଗପହଣ୍ଡି ଦେଇ ଆସୁଥିବା ବସଟି ଭୋର ପ୍ରାୟ ୩ଟା ୧୫ରେ ଗଜପତି ଜିଲା ଲୁହାଗୁଡି ଛକରେ ପହଞ୍ଚିଥିଲା। ସେଠାରେ ବସ ରହିବା ପରେ ଡ୍ରାଇଭର, ବସ୍‌ କର୍ମଚାରୀଙ୍କ ସମେତ ବହୁ ସଂଖ୍ୟକ ଯାତ୍ରୀ ଢାବାରେ ଚା ପିଇଥିଲେ। ଡ୍ରାଇଭର ତାଙ୍କ ଗାଡ଼ିର ବ୍ରେକ୍‌ଫେଲ ସମ୍ପର୍କରେ କ୍ଲିନରଙ୍କୁ ସୂଚନା ଦେଇଥିଲେ। ଧୀରେ ଧୀରେ ଗାଡ଼ି ଚଳାଇ ଦିଗପହଣ୍ଡି ଯାଇ ସେଠାରେ ଗାଡ଼ି ମରାମତି ପାଇଁ ନିଷ୍ପତ୍ତି ନେଇ ଗାଡ଼ି ନେଇଥିଲେ। ତପ୍ତପାଣି ଘାଟି ପାଳୁଖଳା ନିକଟରେ ଘନ କୁହୁଡ଼ି ଯୋଗୁ ଡ୍ରାଇଭରଙ୍କୁ ରାସ୍ତା ନ ଦିଶିବାରୁ ବସ୍‌ଟି ରାସ୍ତାକଡ଼ ଘାଟି ତଳକୁ ଓଲଟି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri