Posted inଜାତୀୟ

ଦୁର୍ଘଟଣାଗ୍ରସ୍ତ ଏଏନ୍‌-୩୨ ବିମାନ ନିକଟରେ ପହଞ୍ଚିଲେ ବାୟୁସେନା ଟିମ୍‌

ସିୟାଂଗ,୧୩।୬: ବାୟୁସେନାର ଦୁର୍ଘଟଣାଗ୍ରସ୍ତ ବିମାନ ଏଏନ୍‌-୩୨ନିକଟରେ ଏହାର ଏକ ଟିମ୍‌ ପହଞ୍ଚିଥିବା ସୂଚନା ମିଳିଛି। ଗୁରୁବାର ସକାଳେ ସର୍ଚ୍ଚ ଟିମ୍‌ ସେଠାରେ ପହଞ୍ଚିଥିବା ବେଳେ ଏଥିରେ ଥିବା ସମସ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। କାରଣ ଏଠାରେ ଜୀବିତ ବ୍ୟକ୍ତିଙ୍କର କୌଣସି ସନ୍ଧାନ ମିଳିନାହିଁ। ତେବେ ବିମାନରେ ଥିବା ବ୍ୟକ୍ତିଙ୍କ ପରିଜନଙ୍କୁ ଏସମ୍ପର୍କରେ ପୂର୍ବରୁ ସୂଚନା ଦିଆଯାଇଥିଲା। ଏଥିରେ ବିମାନ କର୍ମଚାରୀଙ୍କ ସମେତ ୧୩ ଜଣ ଯାତ୍ରା କରୁଥିଲେ। ଏମାନେ ହେଲେ: ଜିଏମ୍‌ ଚାର୍ଲେସ, ଏଚ୍‌. ବିନୋଦ, ଆର୍‌ ଥାପା, ଏ ତନଓ୍ବର, ଏସ୍‌ ମହାନ୍ତି, ଏମ୍‌କେ ଗର୍ଗ, କେକେ ମିଶ୍ର, ଅନୁପ କୁମାର, ଶେରିନ୍‌, ଏସ୍‌ କେ ସିଂ, ପଙ୍କଜ, ପୁତାଲି ଓ ରାଜେଶ କୁମାର। ସୂଚନାଯୋଗ୍ୟ, ଗତ ମଙ୍ଗଳବାର ଅରୁଣାଚଳ ପ୍ରଦେଶର ପଶ୍ଚିମ ସିୟାଂଗ ଜିଲାରେ ଏହାର ଭଗ୍ନାବଶେଷ ମିଳିଥିଲା। ଜୁନ୍‌ ୩ରେ ଏହା ଜୋରହାଟ ବିମାନ ବନ୍ଦରରୁ ଉଡିବାର ମାତ୍ର ଅଳ୍ପ ସମୟ ପରେ ନିଖୋଜ ହୋଇ ଯାଇଥିଲା। ହେଲେ ପାଗ ଖରାପ ଯୋଗୁ ଉଦ୍ଧାର କାର୍ଯ୍ୟରେ ବିଳମ୍ବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri