ଦୁର୍ଘଟଣାଗ୍ରସ୍ତ କାର୍‌ ଛାଡ଼ି ଚାଳକ ଫେରାର, ମୃତାହତଙ୍କ ସୁରାକ ମିଳିନି

ଦାରିଙ୍ଗବାଡ଼ି,୩।୮(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗାଁ ଶେଷମୁଣ୍ଡରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । କାର୍‌ଟିର ନମ୍ବର ନ ଥିବା ବେଳେ ଅଦ୍ୟାବଧି କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟାଇ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ସେନେଇ ପୋଲିସ ତଦନ୍ତ ଚଳାଇଛି। ଶନିବାର ସକାଳୁ ଲୋକେ କାର୍‌ ଦୁର୍ଘଟଣା ସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଆଇଆଇସି ଅଲେଖ ଗରଡ଼ିଆଙ୍କ ନିର୍ଦ୍ଦେଶକ୍ରମେ ସବ୍‌ଇନ୍ସପେକ୍ଟର ସୌମ୍ୟରଞ୍ଜନ ଜେନା, ଏଏସ୍‌ଆଇ ଆର.ଭିମୋରାଓ ରେଡ୍ଡୀ, ସଦଳବଳେ ପହଞ୍ଚି କାର୍‌ଟିକୁ ଯାଞ୍ଚ କରିଥିଲେ। ପରେ କେହି ଦାବି ଦାର ନ ଥିବା ବେଳେ ପୋଲିସ ଏହାକୁ ଜେସିବି ସାହାଯ୍ୟରେ ଉଦ୍ଧାର କରି ଥାନାକୁ ନେଇଛି । ଉକ୍ତ କାର୍‌କୁ ନେଇ ପୋଲିସ ବିଭିନ୍ନ ସନ୍ଦେହ କରିବା ସହ ତଦନ୍ତକୁ ଜୋରଦାର କରିଛି। କେହି ଆହତ ହୋଇଥିବା କିମ୍ବା କୌଣସି ସୁରାକ ମିଳି ନ ଥିବା ପୋଲିସ କହିଛି। ଶନିବାର ସକାଳୁ କିଛି ଲୋକ ଉକ୍ତ କାର୍‌କୁ ଉଦ୍ଧାର କରିବାକୁ ଆସିଥିବାବେଳେ ଲୋକଙ୍କ ଭିଡ଼ ଦେଖି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାରୁ ପୋଲିସ ବିଭିନ୍ନ ସନ୍ଦେହ କରିଛି।
ସୂଚନାଯୋଗ୍ୟ, କାର୍‌ଟି ୫୯ନଂ ଜାତୀୟ ରାଜପଥ କଡ଼ର ଏକ ଖାଲକୁ ପ୍ରାୟ ୨୦ ଫୁଟ ତଳକୁ ଖସିପଡ଼ିଛି। ଏଥିରେ ନିଶ୍ଚିତ କେହି ଗୁରୁତର ଆହତ ହୋଇଥାଇ ପାରେ ବୋଲି ପୋଲିସ ଆଶଙ୍କା କରିଛି। ଘଟଣାଟି ବିଳମ୍ବିତ ରାତିରେ କିମ୍ବା ଭୋର୍‌ ସମୟରେ ହୋଇଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri