ଦୁର୍ଘଟଣାଗ୍ରସ୍ତ କାର୍‌ ଛାଡ଼ି ଚାଳକ ଫେରାର, ମୃତାହତଙ୍କ ସୁରାକ ମିଳିନି

ଦାରିଙ୍ଗବାଡ଼ି,୩।୮(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗାଁ ଶେଷମୁଣ୍ଡରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । କାର୍‌ଟିର ନମ୍ବର ନ ଥିବା ବେଳେ ଅଦ୍ୟାବଧି କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟାଇ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ସେନେଇ ପୋଲିସ ତଦନ୍ତ ଚଳାଇଛି। ଶନିବାର ସକାଳୁ ଲୋକେ କାର୍‌ ଦୁର୍ଘଟଣା ସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଆଇଆଇସି ଅଲେଖ ଗରଡ଼ିଆଙ୍କ ନିର୍ଦ୍ଦେଶକ୍ରମେ ସବ୍‌ଇନ୍ସପେକ୍ଟର ସୌମ୍ୟରଞ୍ଜନ ଜେନା, ଏଏସ୍‌ଆଇ ଆର.ଭିମୋରାଓ ରେଡ୍ଡୀ, ସଦଳବଳେ ପହଞ୍ଚି କାର୍‌ଟିକୁ ଯାଞ୍ଚ କରିଥିଲେ। ପରେ କେହି ଦାବି ଦାର ନ ଥିବା ବେଳେ ପୋଲିସ ଏହାକୁ ଜେସିବି ସାହାଯ୍ୟରେ ଉଦ୍ଧାର କରି ଥାନାକୁ ନେଇଛି । ଉକ୍ତ କାର୍‌କୁ ନେଇ ପୋଲିସ ବିଭିନ୍ନ ସନ୍ଦେହ କରିବା ସହ ତଦନ୍ତକୁ ଜୋରଦାର କରିଛି। କେହି ଆହତ ହୋଇଥିବା କିମ୍ବା କୌଣସି ସୁରାକ ମିଳି ନ ଥିବା ପୋଲିସ କହିଛି। ଶନିବାର ସକାଳୁ କିଛି ଲୋକ ଉକ୍ତ କାର୍‌କୁ ଉଦ୍ଧାର କରିବାକୁ ଆସିଥିବାବେଳେ ଲୋକଙ୍କ ଭିଡ଼ ଦେଖି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାରୁ ପୋଲିସ ବିଭିନ୍ନ ସନ୍ଦେହ କରିଛି।
ସୂଚନାଯୋଗ୍ୟ, କାର୍‌ଟି ୫୯ନଂ ଜାତୀୟ ରାଜପଥ କଡ଼ର ଏକ ଖାଲକୁ ପ୍ରାୟ ୨୦ ଫୁଟ ତଳକୁ ଖସିପଡ଼ିଛି। ଏଥିରେ ନିଶ୍ଚିତ କେହି ଗୁରୁତର ଆହତ ହୋଇଥାଇ ପାରେ ବୋଲି ପୋଲିସ ଆଶଙ୍କା କରିଛି। ଘଟଣାଟି ବିଳମ୍ବିତ ରାତିରେ କିମ୍ବା ଭୋର୍‌ ସମୟରେ ହୋଇଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri