ଦୁର୍ଘଟଣାଗ୍ରସ୍ତ ମହିଳାଙ୍କ ପ୍ରାଥମିକ ଚିକିତ୍ସା କଲେ ରଞ୍ଜୀବ

ଭୁବନେଶ୍ୱର,୨୨।୨(ବ୍ୟୁରେ): ରାଜଧାନୀର ବିଭିନ୍ନ ଛକରେ ଡ୍ୟୁଟି କରୁଥିବା ଟ୍ରାଫିକ ପୋଲିସ ଖରା, ବର୍ଷାକୁ ଖାତିର ନ କରି ନିଜ ଦାୟିତ୍ୱ ତୁଲାଉଛନ୍ତି। ଅନେକ ସମୟରେ ସେମାନେ ବୃଦ୍ଧାବୃଦ୍ଧ, ଦିବ୍ୟାଙ୍ଗଙ୍କୁ ସହଯୋଗର ହାତ ବଢାଇ ସାବାସି ପାଇବା ସହ ଚର୍ଚ୍ଚାକୁ ଆସିଥାନ୍ତି। ଏହିଭଳି ଜଣେ ଟ୍ରାଫିକ ପୋଲିସ ଏବେ ଚର୍ଚ୍ଚାକୁ ଆସିଛନ୍ତି। ଜଣେ ଦୁର୍ଘଟଣାଗ୍ରସ୍ତ ମହିଳାଙ୍କର ପ୍ରାଥମିକ ଚିକିତ୍ସା କରି ସେ ପ୍ରଶଂସା ସାଉଣ୍ଟିଛନ୍ତି। ତାଙ୍କର ଏଭଳି କାର୍ଯ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ମହତ୍‌ କାର୍ଯ୍ୟକୁ ସତ୍ୟଜିତ ଦାଶ ନାମକ ବ୍ୟକ୍ତି ଟୁଇଟ୍‌ କରିବା ସହ ସମ୍ପୃକ୍ତ ଟ୍ରାଫିକ୍‌ କନଷ୍ଟେବଳଙ୍କୁ ପ୍ରଶଂସା କରିଛନ୍ତି।
ସୂଚନା ଅନୁଯାୟୀ, ଦୁଇ ଦିନ ତଳେ ଶହୀଦନଗର ଆଇଡିବିଆଇ ବ୍ୟାଙ୍କ ସ୍କୋୟାର ନିକଟରେ ଜଣେ ମହିଳା ସ୍କୁଟିରେ ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ତାଙ୍କ ଡାହାଣ ହାତ ଖଣ୍ଡିଆ ହୋଇ ପ୍ରଚୁର ରକ୍ତ ସ୍ରାବ ହୋଇଥିଲା। ସେଠାରେ କାର୍ଯ୍ୟ କରୁଥିବା ଟ୍ରାଫିକ କନଷ୍ଟେବଳ ରଞ୍ଜୀବ କଅଁର ଏହା ଦେଖିଥିଲେ। ସେ ସ୍ଥାନୀୟ ଲୋକଙ୍କ ସହାୟତାରେ ସମ୍ପୃକ୍ତ ମହିଳାଙ୍କୁ ଉଦ୍ଧାର କରି ଟ୍ରାଫିକ ପୋଷ୍ଟରେ ଥିବା ଫାଷ୍ଟ ଏଡ୍‌ ବକ୍ସ ଆଣି ପ୍ରାଥମିକ ଚିକିତ୍ସା କରିଥିଲେ। ମହିଳାଙ୍କ କ୍ଷତାକ୍ତ ସ୍ଥାନ ସଫା କରିବା ସହ ଔଷଧ ଲଗାଇ ଗଜ୍‌ କପଡ଼ାରେ ବ୍ୟାଣ୍ଡେଜ୍‌ କରିଥିଲେ। ରଞ୍ଜୀବଙ୍କ ଏହି କାର୍ଯ୍ୟକୁ ଅନେକ ଲୋକ ଦେଖି ନିଜ ମୋବାଇଲ ଫୋନ୍‌ରେ ଭିଡିଓ ରେକର୍ଡିଂ କରିଥିଲେ, ଯାହା ଏବେ ଭାଇରାଲ ହୋଇଛି। ଏହା ପରଠୁ କେବଳ ରଞ୍ଜୀବଙ୍କ ନିକଟକୁ ନୁହେଁ ଟ୍ରାଫିକ ପୋଲିସ ପାଖକୁ ମଧ୍ୟ ପ୍ରଶଂସାର ସୁଅ ଛୁଟୁଛି। ସୂଚନାଯୋଗ୍ୟ, ଅନେକ ଛକର ଟ୍ରାଫିକ ପୋଷ୍ଟରେ ଫାଷ୍ଟ ଏଡ୍‌ ବକ୍ସ ରହୁଥିଲେ ମଧ୍ୟ ଏହାକୁ ବହୁ ଟ୍ରାଫିକ ପୋଲିସ ବ୍ୟବହାର କରୁନାହାନ୍ତି। ଯଦି ଏହାକୁ ବ୍ୟବହାର କରାଯାଆନ୍ତା ତାହାହେଲେ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମେଡିକାଲ ଯିବା ପୂର୍ବରୁ ପ୍ରାଥମିକ ଚିକିତ୍ସା ପାଇପାରନ୍ତେ। ଟ୍ରାଫିକ ଛକ ନିକଟରେ ଯଦି କାହାରି ଦୁର୍ଘଟଣା ଘଟେ ତେବେ ତାଙ୍କୁ ତୁରନ୍ତ ପ୍ରାଥମିକ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଟ୍ରାଫିକ ପୋଷ୍ଟଗୁଡ଼ିକରେ ଫାଷ୍ଟ ଏଡ୍‌ ବକ୍ସ ରଖାଯିବା ସହ ପୋଲିସକୁ ଟ୍ରେନିଂ ଦିଆଯାଉଛି। ମାତ୍ର ଏହାର ସଦୁପଯୋଗ କରାଯାଉ ନାହିଁ। ମାତ୍ର ଏବେ ରଞ୍ଜୀବଙ୍କ ଏହି ସେବା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri