Posted inଜାତୀୟ

ଦୁର୍ଘଟଣାରେ ଉନ୍ନାଓ ପୀଡ଼ିତା ଗୁରୁତର, ଜଣେ ମୃତ

ରାଏ ବରେଲି/ଉନ୍ନାଓ,୨୯ା୭(ପି.ଟି.): ଉନ୍ନାଓ ବଳାତ୍କାର ପୀଡିତା ଓ ତାଙ୍କ ପରିବାର ସଦସ୍ୟଙ୍କ ସମେତ ଜଣେ ଆଇନଜୀବୀ କାର୍‌ରେ ଯାଉଥିବାବେଳେ ଏକ ଦ୍ରୁତଗାମୀ ଟ୍ରକ୍‌ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ସମ୍ପୃକ୍ତ ପୀଡିତା ଏବଂ ଅନ୍ୟ ଦୁଇଜଣ ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି।
ବିଧାୟକ କୁଲଦୀପ ସେନଗାରଙ୍କୁ ବଳାତ୍କାର ଅଭିଯୋଗରେ ଗତବର୍ଷ ଏପ୍ରିଲ ୧୩ରେ ଗିରଫ କରାଯାଇଥିଲା। ବଳାତ୍କାର ପୀଡିତା, ତାଙ୍କର ଖୁଡୀ, ମାଈଁ ଏବଂ ଆଇନଜୀବୀ ରାଏବରେଲି ଜେଲ୍‌ରେ ଥିବା ପୀଡିତାଙ୍କ ସମ୍ପର୍କୀୟଙ୍କୁ ଦେଖିବାକୁ ଯାଉଥିବାବେଳେ ସେମାନେ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିଲେ। ପୀଡିତାଙ୍କ ମାଈଁ ଜିଲା ହସ୍ପିଟାଲ୍‌ରେ ମୃତ୍ୟୁବରଣ କରିଥିବାବେଳେ ଅନ୍ୟମାନଙ୍କୁ ଲକ୍ଷ୍ନୌସ୍ଥିତ ଟ୍ରମା ସେଣ୍ଟରକୁ ସ୍ଥାନାନ୍ତର କରାଯିବା ସହିତ ନିରାପତ୍ତା ଯୋଗାଇ ଦିଆଯାଇଥିବା ପୋଲିସ କହିଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଉକ୍ତିକୁ ଉଦ୍ଧାର କରି ପୋଲିସ କହିଛି ଏକ ଦ୍ରୁତଗାମୀ ଟ୍ରକ୍‌ ପୀଡ଼ିତା ବସିଥିବା କାର୍‌କୁ ଧକ୍କା ଦେଇଥିଲା। ଟ୍ରକ୍‌ ଡ୍ରାଇଭର ଦୁର୍ଘଟଣାସ୍ଥଳ ଛାଡ଼ି ପଳାଇଯାଇଛି।
ଉତ୍ତରପ୍ରଦେଶର ବାଙ୍ଗେରମୌ ଆସନରୁ ୪ଥର ବିଧାୟକ ହୋଇଥିବା ସେନଗାର ୨୦୧୭ରେ ନିଜ ବାସଭବନରେ ବଳାତ୍କାର କରିଥିବା ପୀଡିତାଙ୍କ ମା’ ଅଭିଯୋଗ କରିଥିଲେ। ବଳାତ୍କାର ପୀଡ଼ିତା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନ ବାହାରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିବାବେଳେ ଉକ୍ତ ମାମଲା ଚର୍ଚ୍ଚାର ପରିସରକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri