ଦୁର୍ଘଟଣାରେ ଗୁରୁତର ଯୁବକଙ୍କ ଜୀବନଗଲା

ଭବାନୀପାଟଣା,୧୩।୧୨(ଡି.ଏନ୍‌.ଏ.): ସଡ଼କ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସାଧୀନ ଥିବା କଳାହାଣ୍ଡି ଜିଲା ଥୁ.ରାମପୁର ଥାନା ଅନ୍ତର୍ଗତ ଟେଭାକଲମ ଗାଁର ସିଗେସନ୍‌ ନାଏକ (୨୨) ନାମକ ଜଣେ ଯୁବକଙ୍କ ମୃତ୍ୟୁଘଟିଛି। ସିଗେସନ ଗତ ବୁଧବାର ସନ୍ଧ୍ୟାରେ ବାଇକ୍‌ରେ ଫେରୁଥିବା ବେଳେ ପାଲଯୋରଠାରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଥୁ.ରାମପୁର ସିଏଚ୍‌ସିକୁ ନିଆଯାଇଥିଲା। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଭବାନୀପାଟଣା ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଗୁରୁବାର ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ଘଟିଛି। ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।