ଦୁର୍ଘଟଣାରେ ଜଣେ ମୃତ, ୫ ଗୁରୁତର

ଦାରିଙ୍ଗବାଡ଼ି,୯।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ସିଆଙ୍ଗବାଲି ଛକରେ ରବିବାର ଅପରାହ୍ନରେ ଏକ ଅଟୋ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଉକ୍ତ ଥାନା ଭ୍ରମରବାଡ଼ି ପଞ୍ଚାୟତ କେରୁବାଡ଼ି ଅଞ୍ଚଳର ମଙ୍ଗୁଳିଆ ନାୟକ(୪୫)। ଗୀତା ପ୍ରଧାନ, ବାସନ୍ତୀ ମଲ୍ଲିକ, ସଲମି ପ୍ରଧାନ, ରାହୁଲ ନାୟକ ଏବଂ ଚକ୍ରପାଣି ନାୟକ ଗୁରୁତର ଅଛନ୍ତି।
ପ୍ରକାଶ ଯେ, ରବିବାର ଦାରିଙ୍ଗବାଡ଼ି ହାଟ ଥିବାରୁ ଭ୍ରମରବାଡ଼ି ଅଞ୍ଚଳର ଲୋକ ହାଟରୁ ସୌଦା କିଣି ଅଟୋରେ ନିଜ ଗ୍ରାମକୁ ଫେରୁଥିଲେ। ଏହି ସମୟରେ କେରୁବାଡ଼ି ଅଞ୍ଚଳରୁ ବାଲିଗୁଡ଼ା ଅଭିମୁଖେ ଆସୁଥିବା ବୋଲେରୋ ସହ ୫୯ନଂ. ଜାତୀୟ ରାଜପଥର ସିଆଙ୍ଗବାଲି ବୁଲାଣି ଘାଟି ଛକରେ ଧକ୍କା ହୋଇଥିଲା। ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀ ପହଞ୍ଚତ୍ ସମସ୍ତ ଆହତଙ୍କୁ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ସେଠାରେ ଡାକ୍ତର ମଙ୍ଗୁଳିଆଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି। ଏ ନେଇ (ନଂ.୧୨୯/୧୯) ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ମଙ୍ଗୁଳିଆଙ୍କ ସମ୍ପର୍କୀୟ ସମୁଧିମାନେ ବୋଲେରୋରେ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri