ଦୁର୍ଘଟଣାରେ ଜଣେ ମୃତ, ୫ ଗୁରୁତର

ଦାରିଙ୍ଗବାଡ଼ି,୯।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ସିଆଙ୍ଗବାଲି ଛକରେ ରବିବାର ଅପରାହ୍ନରେ ଏକ ଅଟୋ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଉକ୍ତ ଥାନା ଭ୍ରମରବାଡ଼ି ପଞ୍ଚାୟତ କେରୁବାଡ଼ି ଅଞ୍ଚଳର ମଙ୍ଗୁଳିଆ ନାୟକ(୪୫)। ଗୀତା ପ୍ରଧାନ, ବାସନ୍ତୀ ମଲ୍ଲିକ, ସଲମି ପ୍ରଧାନ, ରାହୁଲ ନାୟକ ଏବଂ ଚକ୍ରପାଣି ନାୟକ ଗୁରୁତର ଅଛନ୍ତି।
ପ୍ରକାଶ ଯେ, ରବିବାର ଦାରିଙ୍ଗବାଡ଼ି ହାଟ ଥିବାରୁ ଭ୍ରମରବାଡ଼ି ଅଞ୍ଚଳର ଲୋକ ହାଟରୁ ସୌଦା କିଣି ଅଟୋରେ ନିଜ ଗ୍ରାମକୁ ଫେରୁଥିଲେ। ଏହି ସମୟରେ କେରୁବାଡ଼ି ଅଞ୍ଚଳରୁ ବାଲିଗୁଡ଼ା ଅଭିମୁଖେ ଆସୁଥିବା ବୋଲେରୋ ସହ ୫୯ନଂ. ଜାତୀୟ ରାଜପଥର ସିଆଙ୍ଗବାଲି ବୁଲାଣି ଘାଟି ଛକରେ ଧକ୍କା ହୋଇଥିଲା। ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀ ପହଞ୍ଚତ୍ ସମସ୍ତ ଆହତଙ୍କୁ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ସେଠାରେ ଡାକ୍ତର ମଙ୍ଗୁଳିଆଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି। ଏ ନେଇ (ନଂ.୧୨୯/୧୯) ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ମଙ୍ଗୁଳିଆଙ୍କ ସମ୍ପର୍କୀୟ ସମୁଧିମାନେ ବୋଲେରୋରେ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri