ଦୁର୍ଘଟଣାରେ ମା’ ମୃତ, ଝିଅ ଗୁରୁତର

ଜଗନ୍ନାଥପ୍ରସାଦ, ୨୭ା୧୨ (ଡି.ଏନ୍‌.ଏ.) -ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସାମ୍ନାରେ ବୁଧବାର ରାତି ପ୍ରାୟ ୯ଟାରେ ଏକ୍ସଲକୁ ପଛରୁ ଏକ ଅଜଣା ଗାଡି ଧକ୍କା ଦେଇଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ କୁନି ଝିଅର ବାମଗୋଡ଼ଟି ଭାଙ୍ଗି ଯାଇଛି। ମୃତ ମହିଳା ଜଣକ ହେଲେ କାଦୁଆ ଡାଳଖାଇର ଋଷି ନାଇକଙ୍କ ସ୍ତ୍ରୀ ଝୁନୁ କୁମାରୀ ନାଇକ (୨୩)। ଥାନାରେ ଚାଳକ ସନ୍ତୋଷ ସେଠୀ ଦେଇଥିବା ଅଭିଯୋଗ ପ୍ରକାରେ ନଂ.୨୨୧/୧୯ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ଚାଳକ ସନ୍ତୋଷ ନରେନ୍ଦ୍ରପୁର ସ୍ଥିତ ତାଙ୍କ ଚିକେନ ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ଝୁନୁ ତାଙ୍କ ଝିଅଙ୍କୁ ନେଇ ସେଠାରେ ପହଞ୍ଚତ୍ଥିଲେ। ବାପାଙ୍କ ଦେହ ଖରାପ ଥିବା କହି ଝୁନୁ ତାଙ୍କୁ ଛାମୁଣ୍ଡା ଗ୍ରାମରେ ଛାଡିଦେବାକୁ ଅନୁରୋଧ କରିଥିଲେ। ଏନେଇ ସନ୍ତୋଷ ଲୁନାରେ ଝୁନୁ ଓ ତାଙ୍କ ଝିଅଙ୍କୁ ଧରି ନରେନ୍ଦ୍ରପୁର ଗ୍ରାମରୁ ଛାମୁଣ୍ଡା ଯାଉଥିଲେ। ବାଟରେ ଜଗନ୍ନାଥପ୍ରସାଦ କୃଷି ଫାର୍ମ ଠାରେ ପଛପଟୁ ଏକ ଅଜଣା ଚାରିଚକିଆ ଯାନ ଧକ୍କା ଦେଇଥିଲା। ଫଳରେ ୩ ଜଣ ଛିଟିକି ପଡିଥିଲେ। ପିସିଆର୍‌ ଗାଡି ସେହି ରାସ୍ତା ଦେଇ ଯାଉଥିବାବେଳେ ସେମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସା ଚାଲିଥିବାବେଳେ ଝୁନୁଙ୍କ ମୃତ୍ୟୁ ହୋଇଥିଲା। ଝିଅର ଚିକିତ୍ସା ପାଇଁ ଭଞ୍ଜନଗର ମେଡିକାଲକୁ ନେବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ଗୁରୁବାର ମୃତଦେହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ଝିଅ ପାଇଁ ଗଛଟିଏ ଓ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ

ନୂଆପଡ଼ା,୧୦।୧୨ (ମକାରୁ ବେମାଲ):କୋମନା ବ୍ଲକ୍‌ ରଜନା ପଞ୍ଚାୟତ ବେଲଗାଁଠାରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳଙ୍କ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri