ଦୁର୍ଘଟଣାରେ ମୃତକ ପରିବାରକୁ କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଜି. ଉଦୟଗିରି, ୨୧ା୧( ଡି.ଏନ୍‌.ଏ.): ବୋଲେରୋ ଓ ଅଟୋ ଧକ୍କାରେ ସୋମବାର କନ୍ଧମାଳ ଜିଲା ଜି. ଉଦୟଗିରିର ନିଳିମା ମଲ୍ଲିକଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ମଙ୍ଗଳବାର ଜି. ଉଦୟଗିରି ନିକଟସ୍ଥ ନନ୍ଦଗିରିଠାରେ ରାଜ୍ୟ ରାଜପଥକୁ ଅଞ୍ଚଳବାସୀ ଟାୟାର ଜାଳି ଗଛ ପକାଇ ଅବରୋଧ କରିବା ସହ ମୃତ ନିଳିମାର ଛୋଟ ଝିଅର ପଢା ଖର୍ଚ୍ଚ ଏବଂ ଅନ୍ୟାନ୍ୟ କ୍ଷତିପୂରଣ ଦାବି କରିଥିଲେ। ଘଟଣାସ୍ଥଳରେ ଜି. ଉଦୟଗିରି ଥାନା ଏସ୍‌ଡିପିଓ ଜୟକୃଷ୍ଣ ବେହେରା, ଆଇଆଇସି ଧୀରେଜ କୁମାର ଲେଙ୍କା ଏବଂ ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ସଞ୍ଜୀବ କୁମାର ପାତ୍ର ପହଞ୍ଚି ଲୋକଙ୍କ ସହିତ ଆଲୋଚନା କରିଥିଲେ । ଆଇଆଇସି ନିୟମ ମୁତାବକ କ୍ଷତିପୂରଣ ଦିଆଯିବ ବୋଲି କହିବା ପରେ ରାସ୍ତା ଅବରୋଧ ହଟିଥିଲା।
ସୂଚନାଯୋଗ୍ୟ, ସୋମବାର ଏକ ଅଟୋ ସହିତ ବୋଲେରୋ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିଲା । ଗୁରୁତର ପଙ୍କଜ ପଟ୍ଟନାୟକ ଓ ନିଳିମା ନାୟକଙ୍କୁ ବ୍ରହ୍ମପୁର ମେଡିକାଲ ପଠାଯାଇଥିଲା। ହସ୍ପିଟାଲରେ ନିଳିମାଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri