ଦୁର୍ଘଟଣାରେ ଯୁବକଙ୍କ ପ୍ରାଣଗଲା

ରାଇରଙ୍ଗପୁର,୨୫ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ ରାଇରଙ୍ଗପୁର-ଯାମଦା ରାସ୍ତାର ତାଳଗାଁ ନିକଟରେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ୧୩ନଂ. ଓ୍ବାର୍ଡର ସିଗନାଲ ବସ୍ତୀ ଅଞ୍ଚଳର କରୁଣାକର ମାଝି ଓ ରାଜୀବ କୁମାର ମାହାଲି ବାଇକ୍‌ ଯୋଗେ ଯାଉଥିବା ବେଳେ ଏକ ପିକ୍‌ଅପ୍‌ ଭ୍ୟାନ ତାଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ସ୍ଥାନୀୟ ଲୋକେ ଆହତ ଦ୍ୱୟଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ରାଇରଙ୍ଗପୁର ମେଡିକାଲକୁ ପଠାଇଥିବା ବେଳେ ସେଠାରେ କରୁଣାକରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ରାଜୀବଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାରିପଦାସ୍ଥିତ ପିଆରଏମ୍‌ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ତଦନ୍ତ ଜାରି ରଖିଛି। ଏନେଇ ଥାନାରେ ଏକ ମାମଲା(ନଂ.୨୨/୨୦୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri