ଦୁର୍ଘଟଣାରେ ଶ୍ରମିକଙ୍କ ମୃତ୍ୟୁ: ଗୋଆ କାର୍ବନ କମ୍ପାନୀ ଆଗରେ ଉତ୍ତେଜନା

ପାରାଦୀପ,୫ା୬(ସ୍ବ.ପ୍ର.): ୪ ଦିନ ତଳେ ହୋଇଥିବା ଦୁର୍ଘଟଣାରେ ଗୁରୁତର ଆହତ ଜଣେ ଶ୍ରମିକଙ୍କ ମଙ୍ଗଳବାର ମୃତ୍ୟୁ ଘଟିବାକୁ ନେଇ ପାରାଦୀପସ୍ଥିତ ଗୋଆ କାର୍ବନ କମ୍ପାନୀ ଆଗରେ ଉତ୍ତେଜନା ପ୍ରକାଶ ପାଇଛି। ଶ୍ରମିକମାନେ କାରଖାନା ଫାଟକ ଆଗରେ ମୃତଦେହ ରଖି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ କମ୍ପାନୀ କର୍ତ୍ତୃପକ୍ଷ ମୃତକଙ୍କ ପରିବାରର ଜଣଙ୍କୁ ଚାକିରି ଓ ୫୦ ହଜାର ଟଙ୍କା ସହାୟତା ଦେବାକୁ ପ୍ରତିଶ୍ରୁତି ଦେବା ପରେ ରାତି ୮ଟାରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ପ୍ରକାଶ ଯେ, ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ କୋଠି ପଞ୍ଚାୟତ ଅଧୀନ ଝିମାଣୀ ଗ୍ରାମର ରମେଶ ବେହେରା ଏହି କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ। ଗତ ୩୦ ତାରିଖରେ ସେ କାମକୁ ଆସିବାବେଳେ ଦୁର୍ଘଟଣା ଘଟିଥିଲା। ତାଙ୍କୁ ଗୁରତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ପରେ ସାଥି ଶ୍ରମିକ ଓ ପାରାଦୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ ପକ୍ଷରୁ କାରଖାନା ଆଗରେ ଧାରଣା ଦିଆଯାଇଥିଲା। ମୃତକଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା ଓ ପରିବାରର ଜଣଙ୍କୁ ଚାକିରି ପ୍ରଦାନ କରିବାକୁ ସେମାନେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ଘର ଉପରକୁ ବୋମାମାଡ଼ ଘଟଣା: ବାପି ସର୍ଖେଲଙ୍କୁ ଟାର୍ଗେଟ୍‌ କରି ଏକାଠି ହେଲେ…

ପାରାଦୀପ,୭ା୬(ଶରତ ରାଉତ): ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ବାଳଙ୍କ ଘର ଉପରେ ଗତମାସ ୩୦ ତାରିଖରେ ପେଟ୍ରୋଲ ବୋମାମାଡ଼ ହୋଇଥିଲା। ଉକ୍ତ ଘଟଣାକୁ ନେଇ ରବିବାର ପାରାଦୀପ ରାଜନୀତି…

ଚତୁର୍ଥୀ ରାତିରେ ଝୁଲିପଡ଼ିଲେ ସନ୍ତୋଷୀ: ଶାଶୁଘର ଲୋକେ…

କୁଜଙ୍ଗ,୩ା୬(ମନୋଜ ପ୍ରଧାନ):ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ବଳେଇପୁର ଗ୍ରାମରେ ସୋମବାର ଏହି ଘଟଣା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri