ଦୁର୍ଘଟଣା ପରେ ଡ଼ମ୍ପର ଚାଳକଙ୍କୁ ମାଡ଼ ମାରିବା ଘଟଣା : ୭ ଗ୍ରାମବାସୀଙ୍କୁ ଗିରଫ କଲା ପୋଲିସ

ରାଇରଙ୍ଗପୁର,୨୯ା୮(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଏକ ଦୁର୍ଘଟଣାକୁ ନେଇ ଡମ୍ଫର ଚାଳକ ବିଶ୍ୱନାଥ ହଁାସଦାଙ୍କୁ ମାଡ଼ ମାରିବା ଓ ଲୁହାଖଣି ମାଲିକଙ୍କ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ୭ ଗ୍ରାମବାସୀଙ୍କୁ ଗିରଫ କରିଛି। ବୁଧବାର ରାତିରେ ପୋଲିସ ଧାଙ୍ଗିଡିମୁତା ଗ୍ରାମରେ ଚଢାଉ କରି ଶ୍ୟାମ ସିଂ ଓରଫ ବାବୁଲୁ ଖୁଣ୍ଟିଆ, ନକୁଳ ସାହୁ, ହେମନ୍ତ ମଲ୍ଲିକ, ଛଟୁ ମଲ୍ଲିକ, ବିଶିକେଶନ ଓରଫ ରାଜୁ ଖୁଣ୍ଟିଆ, ହେମନ୍ତ ପାତ୍ର ଓ ଦିଲ୍ଲୀପ କୁମାର ନାଗଙ୍କୁ ଗିରଫ କରିଥିଲା। ଅଭିଯୁକ୍ତମାନଙ୍କୁ ଗୁରବାର କୋର୍ଟ ଚାଲାଣ କରାଯାଇଛି।
ବାଦାମପାହାଡ଼ସ୍ଥିତ ଲାଲଟ୍ରେଡସ ଲୁହାଖଣି ମାଲିକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଡ଼ମ୍ଫର ଧକ୍କାରେ ବାଇକରେ ବସି ଯାଉଥିବା ଧାଙ୍ଗିଡିମୁତା ଗ୍ରାମର ଜଣେ ବାଳିକା ଚନ୍ଦ୍ର ବଦ୍ରାଙ୍କ ଝିଅ ଆରତୀ ବଦ୍ରାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଥିଲେ। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଗ୍ରାମବାସୀ ଡମ୍ଫର ଚାଳକ ବିଶ୍ୱନାଥଙ୍କୁ ନିସ୍ତୁକ ମାଡ଼ ମାରିବା ସହ ଖଣି କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିଥିଲେ। ଡମ୍ପର ଚାଳକଙ୍କ ପ୍ରତି ଆକ୍ରମଣ ଏବଂ ଖଣି କାର୍ଯ୍ୟାଳୟ ଭଙ୍ଗାରୁଜା ସହ ଦୁର୍ଘଟଣା ମାମଲାରେ ପୋଲିସ ପକ୍ଷରୁ ୨ଟି ମାମଲା (ନଂ. ୩୪/୧୯ ଓ ୩୫/୧୯) ରୁଜୁ କରାଯାଇଥିଲା। ଲୋକଙ୍କ ମାଡ଼ରେ ଆହତ ବିଶ୍ୱନାଥଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକସ୍ଥିତ ବଡ଼ ଡାକ୍ତରଖାନାକୁ ଚିକିତ୍ସା ଲାଗି ସ୍ଥାନାନ୍ତର କରାଯାଇଛି। ଏଥିନେଇ ବିଶ୍ୱନାଥଙ୍କ ଗାଁରେ ଉତ୍ତେଜନା ଦେଖାଦେଇଥିଲା। ତାଙ୍କ ପରିବାର ଲୋକଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ବୁଧବାର ବାଦାମପାହାଡ଼ ଥାନାରେ ପହଞ୍ଚି ଥାନାଧିକାରୀ ମୁକୁନ୍ଦ ମେଲକାଙ୍କୁ ଭେଟି ବିଶ୍ୱନାଥଙ୍କୁ ନିସ୍ତୁକ ମାଡ଼ ମାରିଥିବା ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ସକାଶେ ଲିଖିତ ଅଭିଯୋଗ କରିଥିଲେ। ମାମଲାର ତଦନ୍ତ କରି ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତଦନ୍ତକାରୀ ପୋଲିସ ଗ୍ରାମବାସୀ ଏବଂ ପରିବାରଙ୍କୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri