ଦୁର୍ଘଟଣା ହ୍ରାସ, ଜିରୋ କାଜୁଆଲଟିକୁ ଗୁରୁତ୍ୱ

ଛତ୍ରପୁର,୨୭ା୭(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଗଞ୍ଜାମ ଏସପିଙ୍କ କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ଶୁକ୍ରବାର ସଡ଼କ ସୁରକ୍ଷା ସମ୍ପର୍କୀତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସପି ବ୍ରିଜେଶ କୁମାର ରଏ ଅଧ୍ୟକ୍ଷତା କରିଥିଲେ। ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ଅଞ୍ଚଳରେ ଦିନକୁ ଦିନ ସଡକ ଦୁର୍ଘଟଣା ବୃଦ୍ଧି ପାଉଛିା ଏଥିରେ ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି। ଜାତୀୟ ରାଜପଥ, ରାଜ୍ୟ ଏନଏଚ୍‌, ଷ୍ଟେଟ୍‌ ହାଇୱେ ଏବଂ ଅନ୍ୟ ରାସ୍ତାଗୁଡିକରେ ଦୁର୍ଘଟଣା ଘଟୁଛିା ଗତ ୬ ମାସ ମଧ୍ୟରେ ଜିଲାରେ ୪୧୧ ଦୁର୍ଘଟଣା ଘଟି ୨୩୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୬୩ ଜଣ ଗୁରୁତର ଆହତ ହୋଇଛନ୍ତି। ସଡ଼କ ଦୁର୍ଘଟଣାକୁ କିଭଳି ରୋକାଯାଇ ପାରିବ ଏବଂ ଜିରୋ କାଜୁଆଲିଟି (ଶୂନ ମୃତ୍ୟୁ) ହୋଇପାରିବ ତାହା ଉପରେ ଏସ୍‌ପି ଗୁରୁତ୍ୱାରୋପ କରିଥିଲେ। ସର୍ବାଧିକ ଗଞ୍ଜାମ ପୋଲିସ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ୧୯, ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ୧୪, ଖଲ୍ଲିିକୋଟ ଥାନା ଅଞ୍ଚଳରେ ୧୭, ଭଞ୍ଜନଗର ଥାନା ଅଞ୍ଚଳରେ ୨୩ ଓ ରମ୍ଭା ଥାନା ଅଞ୍ଚଳରେ ୧୧ ଦୁର୍ଘଟଣା ହୋଇଛି। ନିୟମିତ ହେଲମେଟ୍‌ ଚେକିଂ କରିବା ସହ ବାରମ୍ବାର ଦୁର୍ଘଟଣା ଘଟୁଥିବା ରାସ୍ତା ଗୁଡିକରେ କିଭଳି ଦୁର୍ଘଟଣା କମିବ ସେନେଇ ପଦକ୍ଷେପ ନେବାକୁ ଏସପି ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଅତିରିକ୍ତ ଏସପି ପତିତପାବନ ଚୌଧୁରୀ, ସୀତାରାମ ଶତପଥୀ ଓ ଅମରେଶ ପଣ୍ଡା, ଡିଏସପି ଏସ୍‌. ସାମଲ, ରିଜର୍ଭ ଇନ୍ସପେକ୍ଟର ସୁବଳ ସୋରେନ୍‌, ଗଞ୍ଜାମ ଆରଟିଓ ସଞ୍ଜୟ କୁମାର ବିଶ୍ୱାଳଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?